ନାବାଳିକାଙ୍କୁ ବଳାତ୍କାର ପରେ ଫଟୋ ଭାଇରାଲ

ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଓ ଫଟୋଗୁଡିକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ରୋଶନ ମୁଦଙ୍ଗିଆ ଓରଫ ତ୍ରିନାଥ(୨୦)।

ଥାନା ଅଧିକାରୀ ପ୍ରଶାନ୍ତ ମଲ୍ଲିକଙ୍କ ସୂଚନା ଅନୁଯାୟୀ, ଜଣେ ନାବାଳିକାଙ୍କ ସହ ୪ବର୍ଷ ପୂର୍ବେ ରୋଶନଙ୍କର ବନ୍ଧୁତା ହେବା ପରେ ଉଭୟଙ୍କ ମଧ୍ୟରେ ଫୋନରେ କଥାବାର୍ତ୍ତା ଚାଲିଥିଲା। ବିଭିନ୍ନ ସମୟରେ ନାବାଳିକା ରୋଶନଙ୍କ ସହ ବୁଲିବାକୁ ଯାଇଥିଲେ । ଏହି ସମୟରେ ରୋଶନ ନାବାଳିକାଙ୍କ ସହ କିଛି ଫଟୋ ଉଠାଇଥିଲେ । ଏହି ଫଟୋର ଫାଇଦା ନେଇ ରୋଶନ ନାବାଳିକାଙ୍କୁ ଭୟଭୀତ କରି ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା ।

ସମ୍ପର୍କ ନ ରଖିଲେ ଫଟୋ ଭାଇରାଲ କରିବାକୁ ଧମକ ଦେଇଥିଲେ । ନାବାଳିକା ଜଣକ କଥା ନ ଶୁଣିବାରୁ ରୋଶନ ସୋସିଆଲ ମିଡ଼ିଆରେ ଫଟୋ ଭାଇରଲ କରିଥିଲେ। ନାବାଳିକା ଏହି ଘଟଣାକୁ ନେଇ ପରିବାରକୁ କହିବା ପରେ ପରିବାର ପକ୍ଷରୁ ଗତ ୨୪ତାରିଖରେ ବଡ଼ ବଜାର ଥାନାରେ ଅଭିଯୋଗ କରାଯାଇଥିଲା । ପୋଲିସ ରୋଶନଙ୍କୁ କାବୁ କରିବା ପାଇଁ ଏକ ଟିମ ଗଠନ କରି ତାଙ୍କ ମୋବାଇଲ ଟ୍ରାକିଂ କରିଥିଲା। ରୋଶନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିବା ସହ ତାଙ୍କ ମୋବାଇଲ ଫୋନ ପୋଲିସ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri