ସ୍ବାସ୍ଥ୍ୟ ସମସ୍ୟାର ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛି ଫିଜିଓଲୋଜି

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ବର୍ତ୍ତମାନ ସମାଜରେ ଦେଖାଯାଉଥିବା ଅନିୟନ୍ତ୍ରିତ ତଥା ତ୍ରୁଟିପୂର୍ଣ୍ଣ ଜୀବନ ଶୈଳୀ ଜନିତ ନାନା ବ୍ୟାଧି ଦିନକୁ ଦିନ ମାନବ ସମାଜ ପାଇଁ ଆହ୍ବାନ ପାଲଟିଛି। ହେଲେ ବୈଶ୍ବିକ ସ୍ବାସ୍ଥ୍ୟ ସମସ୍ୟାର ସଫଳ ମୁକାବିଲା କରିବାରେ ଫିଜିଓଲୋଜି(ଶରୀରତତ୍ତ୍ବ ବିଜ୍ଞାନ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ଏପରିକି ଅନ୍ତର୍ଜାତୀୟସ୍ତରରେ ଶରୀରତତ୍ତ୍ବ ବିଜ୍ଞାନ ଉପରେ ଅଧିକ ଗବେଷଣା ଏବଂ ମେଡିକାଲ ପାଠ୍ୟକ୍ରମରେ ଏହାର ବ୍ୟାପକତା ଏବଂ ଏହାର ଅଧିକ ଗବେଷଣାର ଆବଶ୍ୟକତା ରହିଛି। ଏମ୍ସ ଭୁବନେଶ୍ୱର ଫିଜିଓଲୋଜି ବିଭାଗ ପକ୍ଷରୁ ଆୟୋଜିତ ଫିଜିଓମିଟ୍‌ କର୍ମଶାଳାରେ ଏହିଭଳି ମତବ୍ୟକ୍ତ କରିଛନ୍ତି ଦେଶର ବିଶିଷ୍ଟ ଶରୀରତତ୍ତ୍ବ ବିଜ୍ଞାନୀ।

ଦେଶରେ ଶରୀରତତ୍ତ୍ବ ବିଜ୍ଞାନ ଶିକ୍ଷା କ୍ଷେତ୍ରରେ ସହଭାଗିତା ବୃଦ୍ଧି କରିବା ଏବଂ ଗବେଷଣାକୁ ପ୍ରାଥମିକତା ଦେବା ଲକ୍ଷ୍ୟରେ, ଅନୁଷ୍ଠିତ ଦୁଇଦିନିଆ କର୍ମଶାଳାରେ ଦେଶର ୧୭ଟି ଏମ୍ସରୁ ୪୦ରୁ ଊର୍ଦ୍ଧ୍ୱ ଖ୍ୟାତନାମା ଶରୀରତତ୍ତ୍ବ ବିଜ୍ଞାନୀ ଅଂଶଗ୍ରହଣ କରିଥିଲେ।

ଉଦ୍‌ଘାଟନୀ ସମାରୋହରେ ବିଶିଷ୍ଠ ଶରୀରତତ୍ତ୍ବ ବିଜ୍ଞାନୀ ତଥା ଏମ୍ସ କଲ୍ୟାଣୀର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ରାମଜୀ ସିଂ, ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ, ଏମ୍ସ ପାଟନା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଜି.କେପାଲ, ଏମ୍ସ ଯୋଧପୁର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ମାଧବାନନ୍ଦ କର, ଏମ୍ସ ଭୁବନେଶ୍ୱର ଡିନ ଡ. ପି.ଆର୍‌ ମହାପାତ୍ର, ମେଡିକାଲ ଅଧୀକ୍ଷକ ଡ. ଡି କେ. ପରି, ଫିଜିଓଲୋଜି ବିଭାଗ ମୁଖ୍ୟ ଡ. ପ୍ରଣତୀ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri