
ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବାନ୍ଦୁଟିକ୍ରା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତବେଗରେ ଯାଉଥିବା ଏକ ପିକଅପ୍ ଭ୍ୟାନ ଧକ୍କା ଦେବା ଯୋଗୁଁ ଘଟଣାସ୍ଥଳରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଚାଳକ ଜଣେ ମହିଳା ହୋଇଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ଦୁର୍ଘଟଣା ଘଟାଇ ଖସିଯିବାକୁ ଉଦ୍ୟମ କରୁଥିବା ପିକଅପ ଭ୍ୟାନଟି ସ୍ଥାନୀୟ ଭଟଲି ଛକରେ ପୁଣି ଏକ ଦୁର୍ଘଟଣା ଘଟାଇଥିବା ସୂଚନା ମିଳିଛି। ଘଟଣାସ୍ଥଳକୁ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି।