ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବେଲପଡ଼ା ଛକରେ ଏକ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରଛନ୍ତି। ଏଥିସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଖବର ଅନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ପ୍ରାୟ ୨୦ଜଣ ଏକ ବସ୍‌ ଯୋଗେ ପିକ୍‌ନିକ୍‌ କରିବାକୁ ଆସିଥିଲେ। ସମସ୍ତେ ଘଟଗାଁ ତାରିଣୀ ପୀଠରୁ ବୁଲି ଘରକୁ ଫେରୁଥିବା ବେଳେ ଶୁକ୍ରବାର ରାତି ୩ଟାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଖୋର୍ଦ୍ଧା ବାଲୁଗାଁ ଓଭରବ୍ରିଜ ନିକଟରେ ବସ୍‌ଟି ଅଟକି ରହି ଯାତ୍ରୀମାନେ ପରିସ୍ରା କରିବା ବେଳେ ପଛପଟୁ ଆସି ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କର ମେଡିକାଲରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୋଟ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ଜଣ ଆହତ ହୋଇଛନ୍ତି। ଏହି ୩ ମୃତକ ହେଉଛନ୍ତି ଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା...

ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼...

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri