Categories: ଜାତୀୟ

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ଡେରାଡୁନ୍‌,୨୦ା୮: ଗୁଜରାଟରୁ ତୀର୍ଥଯାତ୍ରୀଙ୍କୁ ଧରି ଯାଇଥିବା ଏକ ବସ୍‌ ରବିବାର ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ଏକ ଖାତକୁ ଖସିପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ବସ୍‌ରେ ୩୫ ଯାତ୍ରୀ ଥିଲେ।

ବସ୍‌ଟି ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ ଗଙ୍ଗନାନିଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୭ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦୁର୍ଘଟଣା ସମ୍ପର୍କରେ ଉଚ୍ଚ ପଦାଧିକାରୀଙ୍କ ସହ କଥା ହୋଇ ତୁରନ୍ତ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Share