ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା, ଜଣେ ମୃତ, ଅନେକ ଆହତ

ସୋହେଲା,୫।୨ (ଡିଏନଏ): ବରଗଡ଼ ଜିଲା ସୋହେଲା କଲେଜ ଛକରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଜିଯେ ୦୫ ବିଏକ୍ସକ୍‌ ୩୪୨୩ ନମ୍ବର ବିଶିଷ୍ଚ ଏକ ତୀର୍ଥଯାତ୍ରୀ ବସ୍‌ ସୋହେଲା କଲେଜ ସମ୍ମୁଖ ରାସ୍ତାକଡରେ ଛିଡ଼ା ହୋଇଥିବା ସିଜି ୨୨ ଏକ୍ସ ୨୨୨୧ ନମ୍ବର ବିଶିଷ୍ଟ ଏକ କଣ୍ଟେନର (ଟ୍ରକ) ବସକୁ ପଛ ପଟରୁ ଧକ୍କା ଦେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଯାଇଛି। ବସ୍‌ଟି ମହାରାଷ୍ଟ୍ର ଜଳଗାଁବ ଜିଲାରୁ ୪୫ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଯାଇଥିଲା। ପୁରୀ ଶ୍ରୀ ମନ୍ଦିର ଦର୍ଶନ କରି ଘରକୁ ତୀର୍ଥଯାତ୍ରୀମାନେ ସେହି ବସ୍‌ରେ ଫେରୁଥିଲେ। ଫେରିବା ବାଟରେ ଦୁର୍ଘଟଣା ଘଟିଥିଲା । ସୋହେଲା ଅଗ୍ନିଶମ ବିଭାଗ ଏବଂ ପୋଲିସ ଆହତ ମାନଙ୍କୁ ଉଦ୍ଧାର କରି ସୋହେଲା ଡାକ୍ତରଖାନାକୁ ନେଇଥିଲେ। ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ମୃତାହତଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri