ପାଇପ୍‌ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍‌

ରାୟଗଡ଼ା,୯ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଖୁରିଗାଁ ପେଟ୍ରୋଲ ପମ୍ପ ନିକଟ ମେଗା ଜଳ ପ୍ରକଳ୍ପରେ ଶନିବାର ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାଣି ପାଇପ୍‌ ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ତେବେ ନିଆଁ ଲାଗିବାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି।

Share