ମଡେଲ ୟୁଜି ସିଲାବସ ଲାଗୁ କରିବାକୁ ଯୋଜନା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଜାତୀୟ ଶିକ୍ଷାନୀତିକୁ ଦୃଷ୍ଟିରେ ରଖି ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ +୩ ପାଠ୍ୟକ୍ରମ (କଳା, ବିଜ୍ଞାନ ଓ ବାଣିଜ୍ୟ) ବିଭାଗରେ ୧୦ଟି ନୂଆ ଇଲେକ୍ଟିଭ ଓ ୧୦ଟି ଦକ୍ଷତା ବିକାଶ ପାଠ୍ୟକ୍ରମ ଯୋଡାଯିବ। ଏହାକୁ ୨୦୨୨-୨୩ କିମ୍ବା ୨୩-୨୪ ଶିକ୍ଷାବର୍ଷରୁ ଏହାକୁ ଲାଗୁ କରିବା ଲାଗି ଯୋଜନା ହୋଇଥିଲା। ତେବେ ନୂତନ ଶିକ୍ଷାବର୍ଷରୁ ଏହି ବିଷୟଗୁଡିକ ପାଠ୍ୟକ୍ରମରେ ସାମିଲ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ପ୍ରକ୍ରିୟା ଚାଲିଛି। ମେନ୍‌ ପେପର ସହିତ ଇଲେକ୍ଟିଭରେ ଦକ୍ଷତା ବିକାଶ ପାଠ୍ୟକ୍ରମ ଓ ମୂଲ୍ୟଯୁକ୍ତ ଶିକ୍ଷା ସାମିଲ ଦ୍ବାରା ଛାତ୍ରଛାତ୍ରୀ ବେଶ ଉପକୃତ ହେବେ। ମୂଲ୍ୟଯୁକ୍ତ ବିଷୟ ଗୁଡିକ ମଧ୍ୟରେ ପରିବେଷ ସୁରକ୍ଷା, ବିପର୍ଯ୍ୟୟ ପରିଚାଳନା, ମାଇଁ ଇଣ୍ଡିଆ ମାଇଁ ଷ୍ଟେଟ ଭଳି ବିଷୟ ରହିଥିବା ବେଳେ ଦକ୍ଷତା ବିକାଶ ପାଠ୍ୟକ୍ରମରେ ରିଜୋନିଙ୍ଗ, ଏଲିମେଣ୍ଟାରି ମାଥମେଟିକ୍ସ, ଡାଟା ହ୍ୟାଣ୍ଡଲିଂ, କମ୍ପ୍ୟୁଟର ଥ୍ରୀ-ଡି ଗ୍ରାଫିକ୍ସ, ଆବିଲିଟି ଏନ୍‌ହାନ୍ସମେଣ୍ଟ ଇନ କମ୍ୟୁନିକେସନ ଭଳି ବିଷୟ ରହିଛି। ଛାତ୍ରଛାତ୍ରୀ ପାଠପଢା ସରିବା ପରେ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି ପାଠ୍ୟକ୍ରମର ଲକ୍ଷ୍ୟ ବୋଲି ପରିଷଦ ପକ୍ଷରୁ କୁହାଯାଇଛି। ସେହିପରି ଦକ୍ଷତା ପାଠ୍ୟକ୍ରମରେ ସାମିଲ ହୋଇଥିବା ବିଷୟ ଗୁଡିକରେ ପିଲାମାନେ କିପରି ଗବେଷଣାମୁଖୀ ହେବେ ସେ ନେଇ ମଧ୍ୟ ପରିଷଦ ପକ୍ଷରୁ ଯୋଜନା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

୨୦୨୪ ନିର୍ବାଚନରେ ଅନିୟମିତତା ଅଵିହଯୋଗ ଆଣିଲା ବିଜେଡି, ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି

ଭୁବନେଶ୍ୱର,୨୩।୧୨: ୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍‌ ନିର୍ବାଚନ କମିଶନରଙ୍କୁ ଭେଟି...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri