ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର କୋପେନହାଗନରେ। ଏଭଳି ଦୃଶ୍ୟ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।

ଗତ ବୁଧବାର ସ୍କାଣ୍ଡେନାଭିଆନର ଏକ ବିମାନ ଓସଲୋରୁ ମାଲେଗା ଅଭିଖେ ଯାଉଥିଲା। ଫ୍ଲାଇଟରେ ସମସ୍ତ ଯାତ୍ରୀଙ୍କୁ ବିମାନ ପକ୍ଷରୁ ଖାଦ୍ୟ ପ୍ୟାକେଟ ଦିଆଯାଇଥିଲା। ଜଣେ ଯାତ୍ରୀ ନିଜ ଖାଦ୍ୟ ପ୍ୟାକେଟ ଖୋଲିବା ବେଳେ ସେଥିରୁ ଏକ ଜୀବନ୍ତ ମୂଷା ବାହାରିଥିଲା। ଏହାକୁ ନେଇ ବିମାନରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପରେ ଡେନମାର୍କର କୋପେନହାଗନରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା।

କିଛି ସମୟର ବିରତି ପରେ ବିମାନ ପୁଣି ନିଜ ଗନ୍ତବ୍ୟ ସ୍ଚଳକୁ ନିଆଯାଇଥିଲା। ଘଟଣାକୁ SAS ବିମାନ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଯେଉଁ ସଂସ୍ଥା ବିମାନକୁ ଖାଦ୍ୟ ଯୋଗାଇଥିଲା ତାକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଖାଦ୍ୟ ଯୋଗାଣ ସଂସ୍ଥା ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ବିମାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

‘ଜୀବନର ଜଳପଥ’

ନଦୀ ପ୍ରାକୃତିକ ଭାବେ ମଧୁର ଜଳକୁ ପ୍ରବାହ କରିଥାଏ। ଏହା ପାହାଡ଼, ପର୍ବତ କିମ୍ବା ହିମବାହରୁ ଉତ୍ପତ୍ତି ଲାଭକରି ସାଗର, ମହାସାଗର, ହ୍ରଦ କିମ୍ବା ଅନ୍ୟ...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩%...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri