ଜଗତ୍‌ସିଂହପୁରରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର,୩ା୬ (ପ୍ରମୋଦ କୁମାର ନାୟକ): ୨୦୧୯  ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଥିଲେ। ପଲିଥିନର ବିପଦଜନ୍ନକ ବ୍ୟବହାରକୁ ରୋକିବା ଏହାର ଉଦ୍ଦେଶ୍ୟ ଥିଲା। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା ଜଗତ୍‌ସିଂହପୁର ଜିଲାରେ ପ୍ରହସନ ପାଲଟିଛି। ବିଭିନ୍ନ ଦୋକାନ, ବଜାରରେ ପଲିଥିନ୍‌ ଖୁଲମଖୁଲା ବିକ୍ରି ଚାଲିଛି। ମଝିରେ ମଝିରେ ଔପଚାରିକତା ପୂରଣ ପାଇଁ ଚଢ଼ାଉ କରାଯାଉଛି। ଆଗକୁ ଏଥିପ୍ରତି ଧ୍ୟାନ ଦିଆ ନ ଗଲେ ଯଥା ପୂର୍ବଂ ତଥା ପରଂ ସ୍ଥିତି ସୃଷ୍ଟି ହେବା ନେଇ  ଆଲୋଚନା ଚାଲିଛି।
   ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୩୦ରେ ପଲିଥିନ ବ୍ୟାନ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରାଯାଇଥିଲା। ଏଥିରେ ଉଲ୍ଲେଖ ଥିଲା, ଯେଉଁ ପଲିଥିନ୍‌ଗୁଡିକ ଠିକ୍‌ ଭାବେ ନଷ୍ଟ ଅର୍ଥାତ୍‌ ଖତ ହୋଇପାରୁଛି ସେଗୁଡିକ ବ୍ୟବହାର ଉପଯୋଗୀ। ଅବଶିଷ୍ଟ ପଲିଥିନ ବ୍ୟବହାର ଉପଯୋଗୀ ନୁହେଁ। ତେଣୁ ଏହି ପଲିଥିନ୍‌ଗୁଡିକର ଉତ୍ପାଦନ ହୋଇପାରିବ ନାହିଁ। ଯଦି କେଉଁଠି ରହିଯାଇଛି,ତେବେ  ସେଗୁଡ଼ିକର କିଣା, ବିକା ଉପରେ ଅଙ୍କୁଶ ଲଗାଯାଇଛି। ଏପରି କି   ପ୍ଲାଷ୍ଟିକ ଥାଳି, ଚାମଚ, ଗିନା, କପ୍‌, ପ୍ଲେଟ୍‌, ଗ୍ଲାସ୍‌ ଆଦି ମଧ୍ୟ ବ୍ୟବହାର ହୋଇପାରିବ ନାହିଁ। ଯେଉଁ ପଲିଥିନ୍‌ର ସ୍ଥୂଳତା (ଥିକ୍‌ନେସ୍‌) ୫୦ ମାଇକ୍ରନ୍‌ ତଳକୁ ଥିବ ତାହା ବ୍ୟବହାର ଉପଯୋଗୀ ନୁହେଁ। କେବଳ କ୍ଷୀର କିମ୍ବା ଅନ୍ୟ ଔଷଧୀୟ ସାମଗ୍ରୀ ରଖିବା ପାଇଁ ଉପଯୁକ୍ତମାନର ପଲିଥିନ୍‌ ବ୍ୟବହାର କରାଯାଇପାରେ। ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଥିଲା।  ଜିଲାରେ ଏହା ପ୍ରଥମେ କିଛି ଦିନ ପାଳନ କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ନିର୍ଦ୍ଦେଶନାମା ଫାଇଲ ଭିତରେ ଚାପି ହୋଇରହିଛି। ବିଶେଷକରି ଜିଲା ମୁଖ୍ୟାଳୟ ଜଗତ୍‌ସିଂହପୁର ସହରରେ ଅବାଧରେ ପଲିଥିନ୍‌ କାରବାର ଚାଲିଛି। ପାନ ଦୋକାନଠାରୁ, ରାଶନ, ଷ୍ଟେସନେରୀ, ଜଳଖିଆ ଆଦି ପ୍ରାୟତଃ ଦୋକାନରେ ପଲିଥିନ୍‌ ଖୋଲାଖୋଲି ଭାବେ ବ୍ୟବହାର କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଯେତେବେଳେ ପଲିଥିନ୍‌ ବ୍ୟାନ୍‌ ଘୋଷଣା କଲେ ସେତେବେଳେ କିଛି ଦିନ ଏହାର ବ୍ୟବହାର ଉପରେ ଅଙ୍କୁଶ ଲଗାଯାଇଥିଲା। ପରବର୍ତ୍ତୀ ସମୟରେ ଧୀରେ ଧୀରେ ପୂର୍ବପରି ପଲିଥିନ୍‌ ବ୍ୟବହାର ହେବାରେ ଲାଗିଛି। ବଡ କଥା ହେଲା, ଜିଲାରେ ପଲିଥିନ୍‌ ଉତ୍ପାଦନ ହେଉନାହିଁ। କଟକରୁ ପ୍ରାୟତଃ ପଲିଥିନ୍‌ ଆସୁଛି। ସରକାର ପଲିଥିନ୍‌ ଉତ୍ପାଦନ ଉପରେ ଅଙ୍କୁଶ ଲଗାଉ ନ ଥିବାରୁ କାରବାର ବନ୍ଦ ହୋଇ ପାରୁନାହିଁ। ଅନ୍ୟପକ୍ଷରେ ଜିଲାର ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ପକ୍ଷରୁ ପଲିଥିନ୍‌ ବନ୍ଦ ପାଇଁ ଏନ୍‌ଫୋର୍ସମେଣ୍ଟ କମିଟି ଗଠନ କରାଯାଇଥିଲା। କିନ୍ତୁ ଏହା କେବଳ କାଗଜକଲମରେ ସୀମିତ ବୋଲି କୁହାଯାଉଛି। ଚଢ଼ାଉ ହେଉ ନ ଥିବାରୁ ପଲିଥିନ୍‌ ପୂର୍ବପରି ବ୍ୟବହୃତ ହୋଇଚାଲିଛି। ଏନେଇ ଅଭିଯୋଗ ସତ୍ତ୍ବେ କାର୍ଯ୍ୟାନୁଷ୍ଠାନ ହେଉନି।
ଏ ସମ୍ପର୍କରେ ଜଗତ୍‌ସିଂହପୁର ପୌରାଧ୍ୟକ୍ଷ ଅର୍ଚ୍ଚନା ସିଂହଙ୍କୁ ପଚାରିବାରୁ,ନିର୍ବାଚନ ଯୋଗୁ ଅନେକ କାର୍ଯ୍ୟ କ୍ରିୟାଶୀଳ ହୋଇପାରି ନ ଥିଲା। ତେବେ ଖୁବ୍‌ଶୀଘ୍ର ଏହା ଉପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri