ଯୁକ୍ତ୨ ନାମଲେଖା: ୭ରୁ ଆବେଦନ

ଭୁବନେଶ୍ୱର, ୧।୬(ଅସମାପିକା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଷୟରେ ନାମଲେଖା ନିମନ୍ତେ ଆସନ୍ତା ୭ତାରିଖଠାରୁ ପ୍ରକ୍ରିୟା ଆରମ୍ବ ହେବ। ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଇଚ୍ଛୁକ ଛାତ୍ରୀଛାତ୍ରମାନେ ଅନ୍‌ଲାଇନ୍‌ ମାଧ୍ୟମରେ ସାମ୍‌ସ ପୋର୍ଟାଲ www.samsodisha.gov.inରେ ଆବେଦନ କରିପାରିବେ।

ସୂଚନାଯୋଗ୍ୟ, ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଷୟରେ ନାମଲେଖା ପାଇଁ ରାଜ୍ୟର ମୋଟ ୨,୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମୋଟ ୫,୨୫,୪୬୫ ସିଟ୍‌ ରହିଛି। ସେଥିମଧ୍ୟରୁ କଳାରେ ୨,୯୪,୮୪୦, ବିଜ୍ଞାନରେ ୧,୬୬,୯୨୯, ବାଣିଜ୍ୟରେ ୪୦,୧୦୪, ଧନ୍ଦାମୂଳକ ଶିକ୍ଷାରେ ୧୦,୫୦୪ ଏବଂ ସଂସ୍କୃତରେ ୧୩,୦୮୮ ସିଟ୍‌ ଉପଲବ୍ଧ ରହିଛି।

୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଇ-ଆଡ୍‌ମିଶନ୍‌ ନିମନ୍ତେ ସବିଶେଷ ବିବରଣୀ www.samsodisha.gov.in ଓ୍ବେବ୍‌ସାଇଟ୍‌ରେ ରହିଛି। ଛାତ୍ରୀଛାତ୍ରମାନେ ଏହି ଓ୍ବେବ୍‌ସାଇଟ୍‌ ପରିଦର୍ଶନ କରିବାକୁ ଏବଂ ସଂଯୋଗ ହେଲପ୍‌ଲାଇନ୍‌ ନମ୍ବର ୧୫୫୩୩୫/୧୮୦୦୩୪୫୬୭୭୦ରେ ଡାଏଲ୍‌ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri