ଯୁକ୍ତ୨ ନାମଲେଖା: ଏହିଦିନ ପ୍ରକାଶ ପାଇବ ପ୍ରଥମ ମେରିଷ୍ଟ ଲିଷ୍ଟ

ଭୁବନେଶ୍ୱର, ୧୬।୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀରେ ନାମଲେଖା ପାଇଁ ଗତ ୧୨ତାରିଖରେ ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ପ୍ରଥମ ପର୍ଯାୟ ନାମଲେଖାର ପ୍ରଥମ ମେଧା ତାଲିକା ଆସନ୍ତା ୨୦ତାରିଖରେ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାନୁସାରେ, ଛାତ୍ରୀଛାତ୍ରମାନେ ମନୋନୀତ ହୋଇଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ତଥ୍ୟ ହ୍ବାଟ୍‌ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ପାଇପାରିବେ।

ନାମଲେଖା ପାଇଁ ମନୋନୀତ ହୋଇଥିବା ଛାତ୍ରୀଛାତ୍ର ନିଜର ଇଣ୍ଟିମେସନ୍‌ ଲେଟର ସାମ୍ସ ପୋର୍ଟାଲରୁ ଡାଉନଲୋଡ୍‌ କରିପାରିବେ। ଏହାପରେ ମନୋନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆସନ୍ତା ୨୨ ରୁ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୭ ରୁ ୧୦ତାରିଖ ମଧ୍ୟରେ ନାମଲେଖାଇବେ। ଅଗଷ୍ଟ ୨୦ରେ ସ୍ପଟ ନାମଲେଖା ମେଧା ତାଲିକା ପ୍ରକାଶ ପାଇବ। ୨୨ ରୁ ୨୮ ମଧ୍ୟରେ ସ୍ପଟ ନାମଲେଖା ଅନୁଷ୍ଠିତ ହେବ। ତେବେ ଅଗଷ୍ଟ ୧ ରୁ ଯୁକ୍ତ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ସୂଚନାଯୋଗ୍ୟ, ରାଜ୍ୟରେ ୨,୩୪୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ମୋଟ ୫,୪୮,୩୧୩ ସିଟ୍‌ ରହିଛି। ଚଳିତବର୍ଷ ଯୁକ୍ତ୨ ପ୍ରଥମବର୍ଷ ନାମଲେଖା ପାଇଁ ୪,୭୬,୦୭୪ ଜଣ ଛାତ୍ରୀଛାତ୍ର ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri