ଅଗଷ୍ଟରେ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଚଳିତ ମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଅଗଷ୍ଟରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏ ନେଇ ସୋମବାର ଆୟୋଜିତ ଏକ ଖବରତାଦା ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ତେବେ ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ଦାଶ କହିଛନ୍ତି।

Share