ଶନିବାର ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। orissaresults.nic.in ଓ୍ବେବସାଇଟ୍‌ରେ ଏହା ଉପଲବ୍ଧ ଉପଲବ୍ଧ ହେବ। କୋଭିଡ୍‌ କଟକଣା ଯୋଗୁ ଚଳିତବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା ।

ସୂଚନାଯୋଗ୍ୟ, ଚଳିତବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିଲେ। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରୀଛାତ୍ର ପଞ୍ଜୀକରଣ କରିଛନ୍ତି।

Share