Categories: ଜାତୀୟ

ଦେଶର ଜନତା କଣ ଚାହୁଁଛନ୍ତି, ପ୍ରଧାନମନ୍ତ୍ରୀ ତାହା ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଶୁକ୍ରବାର ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି। ଅଗ୍ନିପଥ ଯୋଜନା ମାଧ୍ୟମରେ ସେନାରେ ନୂଆ ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି। ଅଗ୍ନିପଥ ଯୋଜନାକୁ ନେଇ ଉତ୍ତେଜନା ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟୁଇଟର ଯୋଗେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ ଲେଖିଛନ୍ତି, ଅଗ୍ନିପଥ – ଯୁବକମାନଙ୍କ ଦ୍ୱାରା ପ୍ରତ୍ୟାଖ୍ୟାନ, କୃଷି ନିୟମ – କୃଷକମାନଙ୍କ ଦ୍ୱାରା ପ୍ରତ୍ୟାଖ୍ୟାନ, ବିମୁଦ୍ରୀକରଣ – ଅର୍ଥନୈତିଜ୍ଞଙ୍କ ଦ୍ୱାରା ପ୍ରତ୍ୟାଖ୍ୟାନ, ଜିଏସ୍‌ଟି – ବ୍ୟବସାୟୀମାନେ ପ୍ରତ୍ୟାଖ୍ୟାନ କରିଛନ୍ତି। ଦେଶର ଲୋକମାନେ କଣ ଚାହୁଁଛନ୍ତି ତାହା ପ୍ରଧାନମନ୍ତ୍ରୀ ବୁଝନ୍ତି ନାହିଁ। କାରଣ, ସେ ତାଙ୍କର ‘ବନ୍ଧୁ’ଙ୍କ ସ୍ବର ବ୍ୟତୀତ ଅନ୍ୟ କିଛି ଶୁଣନ୍ତି ନାହିଁ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ ବିରୋଧ କରି ଛାତ୍ରମାନେ ରେଳ ଧାରଣା ଉପରେ ଧାରଣା ଦେଇଛନ୍ତି। ଏହାସହ ଟ୍ରେନ୍‌ରେ ନିଆଁ ଲଗାଇ ଦେଇଛନ୍ତି। ଶୁକ୍ରବାର ସକାଳେ ଉତ୍ତରପ୍ରଦେଶର ବାଲିଆ ରେଳ ଷ୍ଟେଶନରେ ବ୍ୟାପକ ଭଙ୍ଗାରୁଜା ହୋଇଛି।

Share