ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷଠାରେ ସମବେତ ଜିଲାର କୃଷକ ମାନଙ୍କ ସକାଶେ ଏକ ସମାବେଶ ହୋଇଥିଲା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଆଭାସୀ ଜରିଆରେ ପି ଏମ୍‌ କିଷାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର ହୋଇଛି । ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧିନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ହାରାହାରି ୧,୫୭,୬୧୧ କୃଷି ପରିବାରକୁ ୧୮ ତମ ସମ୍ମାନନିଧି ପ୍ରଦାନ ହୋଇଛି । ଏହି ଅବସରରେ ଜିଲା ସ୍ତରୀୟ ଉତ୍ସବରେ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା, ଜିଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜଲା ପରିଷଦ, ମଧୁମିତା ଯୋଗ ଦେଇଥିଲେ । ଜିଲା ମୁଖ୍ୟ କୃଷି ଅଧିକାରୀ ରବୀ ନାରାୟଣ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ କୃଷି ବିଜ୍ଞାନ କେନ୍ଦ୍ର ମୁଖ୍ୟ ତଥା ବରିଷ୍ଠ ବିଜ୍ଞାନୀ ଡଃ ସୁଜିତ କୁମାର ନାଥ ଧନ୍ୟବାଦ ଅର୍ପଣ କରିଥିଲେ ।
Share