Posted inଜାତୀୟ

୧୨ କୋଟି କୃଷକଙ୍କ ପାଇଁ ଖୁସି ଖବର, ସରକାର ଗଠନ ପରେ ମିଳିବ ଟଙ୍କା !

ନୂଆଦିଲ୍ଲୀ,୨।୬: ଦେଶରେ ସରକାର ଗଠନ ହେବା ପରେ କୃଷକଙ୍କୁ ମିଳିପାରେ ଖୁସିଖବର। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପିଏମ୍‌ କିଷାନ) ଯୋଜନାରେ ପଞ୍ଜୀକୃତ ୧୨ କୋଟି କୃଷକଙ୍କ ଆକାଉଣ୍ଟକୁ ଆସିପାରେ ଟଙ୍କା। ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ନୂଆ ସରକାର ଗଠନ ହେବ। ସରକାର ଗଠନ ହେବା ପରେ କୃଷକମାନଙ୍କୁ ମିଳିବାକୁ ଥିବା ୧୭ତମ କିସ୍ତି ଟଙ୍କା ଜାରି କରାଯାଇପାରେ। ପିଏମ୍‌ କିଷାନର ୧୬ତମ କିସ୍ତି ଫେବୃଆରୀରେ ଜାରି କରାଯାଇଥିଲା। କହି ରଖୁଛୁ ଯେ ଏନେଇ କୌଣସି ଘୋଷଣା ସରକାରଙ୍କ ପକ୍ଷରୁ କରାଯାଇ ନାହିଁ।
କଣ ଏହି ଯୋଜନା ?
ପିଏମ୍‌ କିଷାନ ଯୋଜନାରେ ପଞ୍ଜୀକୃତ ପ୍ରତି କୃଷକ ପରିବାରକୁ ବର୍ଷକୁ ୬ ହାଜର ଟଙ୍କା ମିଳୁଛି। ତିନୋଟି କିସ୍ତିରେ ୨ ହଜାର ଲେଖାଏଁ ଚାଷୀଙ୍କ ଆକାଉଣ୍ଟରେ ଏହି ଟଙ୍କା ଜମା ହୋଇଥାଏ। ସାରା ଦେଶରେ ଲାଗୁ ହୋଇଥିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ କୃଷକମାନଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବା। ଯାହାଫଳରେ ସେମାନେ କୃଷି ଜନିତ ଖର୍ଚ୍ଚ କରିପାରିବେ। ଯେଉଁ କୃଷକମାନଙ୍କ ନାମରେ ଜମି ରହିଛି ସେମନେ ଏହି ଯୋଜନାର ଲାଭ ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

ଭାରତର କଡ଼ା ପଦକ୍ଷେପ: ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ଜୀବନ ହାନି ହୋଇଥିଲା,...

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ଐତିହାସିକ ନିଷ୍ପତ୍ତି: ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ...

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି: ଅଟାରୀ-ୱାଘା ସୀମା ବନ୍ଦ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image