Categories: ଜାତୀୟ

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନାହିଁ ମମତାଙ୍କ ସହ ଆଉ କେତେଜଣ ମୁଖ୍ୟମନ୍ତ୍ରୀ

କୋଲକାତା,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ୭୩ବର୍ଷ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଇଁ ଭାଜପା ସ୍ବତନ୍ତ୍ର ପ୍ରସ୍ତୁତି ଚଳାଇଛି। ଦେଶର ବହୁ ବଡ ନେତା ତଥା ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇଥିବା ବେଳେ କେତେଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି ଯେଉଁମାନେ ଏହି ବିଶେଷ ଦିବସରେ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇ ନାହାଁନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ସମେତ ଅନେକ ବଡ ନେତା ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି, କିନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇ ନ ଥିବା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ ଅନ୍ତର୍ଭୁକ୍ତ। ତେବେ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଏହି ଚାରିଜଣ ବିରୋଧୀଦଳ ନେତା ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇ ନ ଥିବା ଜଣାପଡିଛି।

Share