ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିବା ସହିତ ୧
ଲକ୍ଷ ପିଏମ୍‌ ବିଶ୍ୱକର୍ମାଙ୍କୁ ଦକ୍ଷତା ପ୍ରମାଣପତ୍ର ଏବଂ ୭୫ ହଜାର ହିତାଧିକାରୀଙ୍କୁ ଋଣ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏହି ଅବସରରେ କାରିଗର ମାନଙ୍କ ଷ୍ଟଲ ପରିଦର୍ଶନ କରିବା ବେଳେ ଜଣେ କାରିଗରଙ୍କ ନିକଟରୁ ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣିଛନ୍ତି।

ପ୍ରଧାନମନ୍ତ୍ରୀ କାରିଗରଙ୍କ ସହିତ ପ୍ରଥମେ କଥା ହୋଇଥିଲେ ଏହାପରେ ତାଙ୍କଠାରୁ ମହାପ୍ରଭୁଙ୍କର ଏକ ପ୍ରତିମୂର୍ତ୍ତି କିଣି QR କୋଡ୍ ସ୍କାନ୍ କରି UPI ମାଧ୍ୟମରେ ଡିଜିଟାଲ୍ ପେମେଣ୍ଟ୍ ମଧ୍ୟ କରିଥିଲେ। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀଙ୍କ ମୋଦିଙ୍କର ପ୍ରତିମା କିଣିବା ଏବଂ ଡିଜିଟାଲ ପେମେଣ୍ଟ କରିବାର ଏକ ଭିଡିଓ ସାମ୍ନାକୁ ଆସିଛି। ଅନେକ ପ୍ରଧାନମନ୍ତ୍ରୀଙ୍କର ଏଭଳି ବ୍ୟବହାରକୁ ପ୍ରଶଂସା କରୁଛନ୍ତି ଏବଂ ଏହାକୁ କାରିଗରମାନଙ୍କ କଠିନ ପରିଶ୍ରମକୁ ସ୍ୱୀକାର କରିବା ପାଇଁ ତାଙ୍କର ‘ଅତିରିକ୍ତ ପ୍ରୟାସ’ ବୋଲି ବର୍ଣ୍ଣନା କରୁଛନ୍ତି।

ସୂଚନାଯୋଗ୍ୟ ବିଶ୍ୱକର୍ମା ଯୋଜନାରେ ୧୮ଟି ବର୍ଗରେ ଲାଭାର୍ଥୀମାନଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ୧୫ ହଜାର
ଟଙ୍କା ଲେଖାଏଁ ସରକାର ଦେଇଥାନ୍ତି । ଅଣପଞ୍ଜୀକୃତ କ୍ଷେତ୍ରରେ କୁଶଳୀ କାରିଗରମାନଙ୍କର ଦକ୍ଷତା ବୃଦ୍ଧି ସହିତ ସେମାନଙ୍କର ଆର୍ଥିକ ଅଭିବୃଦ୍ଧି ପାଇଁ ସରକାର ଏହି ପଦକ୍ଷେପ ନେଇଛନ୍ତି । ପିଏମ୍‌ ବିଶ୍ୱକର୍ମା ଯୋଜନାରେ ମୂର୍ତ୍ତି କାରିଗର ବା କୁମ୍ଭକାର, କମାର, ବଢ଼େଇ, ସ୍ୱର୍ଣ୍ଣକାର ଓ ରାଜମିସ୍ତ୍ରିଙ୍କ ସମେତ ୧୮ଟି ବର୍ଗର କାରିଗର ଓ ହସ୍ତଶିଳ୍ପୀ ଉପକୃତ ହେଉଛନ୍ତି । ଏହି ଯୋଜନା ହେଉଛି ଗୁରୁଶିଷ୍ୟ ପରମ୍ପରା ଏବଂ ପାରମ୍ପରିକ କୌଳିକ ବୃତ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି ।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି କେନ୍ଦ୍ର ସରକାରଙ୍କ ସମ୍ପୂର୍ଣ୍ଣ ଅନୁଦାନରେ ୨୦୨୩ ମସିହାରୁ ଆରମ୍ଭ
ହୋଇଥିବା ଏହି ଯୋଜନା ୨୦୨୮ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ସରକାର ୧୩ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ପିଏମ୍‌ ବିଶ୍ୱକର୍ମା ଯୋଜନାରେ ଶିଳ୍ପୀ ଓ କାରିଗରମାନଙ୍କୁ ୫ ପ୍ରତିଶତ
ରିହାତି ସୁଧ ହାର ସହିତ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ସାର୍ଟିଫିକେଟ ଏବଂ ହିତାଧିକାରୀମାନଙ୍କୁ ପ୍ରଥମ କିସ୍ତିରେ ୧ ଲକ୍ଷ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ୨ ଲକ୍ଷ ଟଙ୍କା ଲେଖାଏଁ ବନ୍ଧକମୁକ୍ତ ଋଣ ସହାୟତା ପ୍ରଦାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା...

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା...

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image