Categories: ଜାତୀୟ

୫ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୋପାଳ,୨୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୋପାଳ ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଭୋପାଳର ରାନୀ କମଲାପତୀ ରେଳ ଷ୍ଟେଶନରୁ ଭୋପାଳ-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ-ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ ସମେତ ୫ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି। ଏଥି ସହିତ ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧାରୱାଡ-ବେଙ୍ଗାଲୁରୁ, ଗୋଆ(ମାଡଗାଓଁ) -ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପ୍ରଧାନମନ୍ତ୍ରୀ ଭର୍ଚୁଆଲ ଯୋଗେ ସବୁଜ ପତାକା ଦେଖାଇଛନ୍ତି।

Share