ମୋଦି ପୁଣି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ, ୪।୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀ କିର ଷ୍ଟାରମରଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ମର୍ନିଂ କନ୍ସଲ୍ଟ ନାମକ ଏକ ବୈଶ୍ୱକ ବିଚାର ବୃଦ୍ଧିମଳା ସଂସ୍ଥା ବିଶ୍ୱର ୨୫ଟି ଦେଶର ନେତାଙ୍କ ଲୋକପ୍ରିୟତାକୁ ନେଇ ଆଜି ଏକ ସଦ୍ୟତମ ତାଲିକା ଜାରି କରିଛି । ଯେଉଁଥିରେ ୬୯ ପ୍ରତିଶତ ଆଷ୍ଟ୍ରଭାଲ ରେଟି ସହ ମୋଦି ତାଲିକାର ଶୀର୍ଷରେ ରହିଛନ୍ତି। ତାଙ୍କ ପଛକୁ ମେକ୍ସିକୋ ରାଷ୍ଟ୍ରପତି ଆଣ୍ଡ୍ରେସ ମାନୁଏଲ ଲୋପେଜ ଓବ୍ରାଡୋର 63% ଅନୁମୋଦନ ସହ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି।

ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଆହ୍ବାନର ସଫଳତାର ସହ ମୁକାଳିଲା କରି ମୋଦି ବିଶ୍ଵବାସୀଙ୍କ ନିକଟରେ ଜଣେ ଦୃଢ଼ ନେତା ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି । ଏଥି ସହ ସେ ଭାରତ ମଧ୍ୟ ବିଶ୍ବର ଦ୍ରୁତ ଅଭିବୃଦ୍ଧିଶାଳ ଅର୍ଥ ନୀତି ରେ ପରିଣତ କରିଛନ୍ତି । ଅବଶ୍ୟ ଗତଥର ଅପେକ୍ଷା ଚଳିତଥର ମୋଦିଙ୍କ ଆପ୍ରୁଭାଲ ରେଟିଂ ସାମାନ୍ୟ ହ୍ରାସ ପାଇଛି।

ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନକୁ ପଛକୁ ସୁଇଜରଲାଣ୍ଡ ଫେଡେରାଲ କାଉନସିଲର ରିଓଲା ଏମହତ (୫୨%), ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ ସମୋନ ହାରିସ (୪୭%), ବ୍ରିଟେନ ପ୍ରଧାନମନ୍ତ୍ରୀ କିଏର ଷ୍ଟାର୍ମର (୪୫%), ପୋଲାଣ୍ଡ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ (୪୫%), ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ୍, (୪୨%), ସ୍ପେନ ପ୍ରଧାନମନ୍ତ୍ରୀ ପେଟ୍ରୋ ସାଖେଳ (୪୦%) ଏବଂ ଲଟାଲା ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ (୪୦%) ରହିଛନ୍ତି। ଅନ୍ୟପକ୍ଷରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆପ୍ଲୁଭାଲ ରେଟି ୩୯ ପ୍ରତିଶତ ରହିଥିଲା ବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟୁଡୋଙ୍କର ୨୯ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରଂଙ୍କ ରେଟିଂ ୨୦ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri