Posted inଜାତୀୟ

ଦଙ୍ଗା ଏବଂ ଗୁଣ୍ଡାରାଜ କଂଗ୍ରେସର ସ୍ଵଭାଵ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୧୧: ଚାଲିଥିବା ବିଧାନସଭା ନିର୍ବାଚନ ମଧ୍ୟରେ ପ୍ରଚାର ସରଗରମ ହୋଇଛି। ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ସିଧାସଳଖ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଦଙ୍ଗା ଏବଂ ଗୁଣ୍ଡାରାଜ କରିବା କଂଗ୍ରେସର ସ୍ଵଭାଵ ଅଟେ। ମଧ୍ୟପ୍ରଦେଶର ଶଜାପୁରରେ ରାହୁଲ ଗାନ୍ଧୀଙ୍କୁ ଇଙ୍ଗିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜିକାଲି ମଧ୍ୟପ୍ରଦେଶରେ କଂଗ୍ରେସର ଜଣେ ମହାଜ୍ଞାନୀ ବୁଲୁଛନ୍ତି। ମହାଜ୍ଞାନୀଙ୍କ ଭଳି ଲୋକଙ୍କ ଚିନ୍ତାଧାରା ଦେଶକୁ ଧ୍ୱଂସ କରିଦେଇଛି।

ଏହା ସହିତ କଂଗ୍ରେସ ଉପରେ ତୃଷ୍ଟିକରଣ ଅଭିଯୋଗ ଲଗାଇଛନ୍ତି ମୋଦି। ଏବଂ କହିଛନ୍ତି “କଂଗ୍ରେସ ଯେଉଁଠାକୁ ଆସିଲା ସେଠାରେ ସେଠାରେ ବିନାଶ ଆଣିଛି। କଂଗ୍ରେସ କୃଷକ, ଯୁବକ ଏବଂ ମହିଳାଙ୍କ ଶତ୍ରୁ ଅଟେ। ସେ ଯାହା ବି କରନ୍ତି, ତାହା ନିଜ ପରିବାର ନାମରେ କରନ୍ତି, କଂଗ୍ରେସକୁ ଆପଣଙ୍କ ପରିବାର ସହିତ କୌଣସି ମତଲବ ନାହିଁ। ଅନ୍ୟପଟେ ପୁରା ମଧ୍ୟପ୍ରଦେଶ ପୁଣିଥରେ ଭାଜପା ଚାହୁଁଛନ୍ତି।”

ତେବେ କଂଗ୍ରେସ ପାଖରେ ଲୋକମାନଙ୍କୁ ଦେବା ପାଇଁ କେବଳ ନିରାଶା, ବିରୋଧ ଏବଂ ନକାରାତ୍ମକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କଂଗ୍ରେସର ସ୍ଵଭାଵ କେବଳ ଦଙ୍ଗା ଏବଂ ଭ୍ରଷ୍ଟାଚାରକୁ ଉତ୍ସାହିତ କରିଥାଏ। ଦେଶର କୌଣସି ବ୍ୟକ୍ତି କଂଗ୍ରେସର ଶୋଷଣକୁ ଭୁଲି ପାରିବେ ନାହିଁ। କଂଗ୍ରେସର ସଂଗଠନ କିମ୍ବା ଏହାର ଶକ୍ତି ନାହିଁ। ଭାଜପା ମଧ୍ୟପ୍ରଦେଶକୁ ଏକ ଗଭୀର କୂଅରୁ ଟାଣି ନେଇଛି। “


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri