Categories: ଜାତୀୟ

ଖାଲି ପଡିଲା ଖାର୍ଗେଙ୍କ ସିଟ୍‌

ନୂଆଦିଲ୍ଲୀ,୧୫।୮: ଦେଶର ୭୭ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଆସନରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅନୁପସ୍ଥିତି ଗୁରୁତର ପ୍ରଶ୍ନ ଉଠାଇଥିଲା। ଖାର୍ଗେଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନ ଉଠିଥିବା ବେଳେ କଂଗ୍ରେସ କହିଛି ଯେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ନୁହେଁ ତେଣୁ ସେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପାରିଲେ ନାହିଁ।

ସୂଚନାଯୋଗ୍ୟ, କଂଗ୍ରେସର ବୟାନ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ସକାଳେ କଂଗ୍ରେସ ମୁଖ୍ୟାଳୟରେ ପତାକା ଉତ୍ତୋଳନ କରିଥିବା ଦେଖିବାକୁ ମିଳିଥିଲା। ଏହା ପରେ ସେ ନିଜେ କଂଗ୍ରେସ ମୁଖ୍ୟାଳୟରେ ବରିଷ୍ଠ କଂଗ୍ରେସ ନେତାଙ୍କ ଉପସ୍ଥିତିରେ ଦଳର କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ସମ୍ବୋଧନ ସମୟରେ ସେ ସ୍ବାଧୀନତା ପରଠାରୁ ଦେଶର କଂଗ୍ରେସ ପ୍ରଧାନମନ୍ତ୍ରୀଙ୍କ ଅବଦାନ ବିଷୟରେ ଉଲ୍ଲେଖ କରିଥିଲେ।

Share