Categories: ଜାତୀୟ

ଫୋନ କରି ମନମୋହନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହ ଫୋନରେ କଥା ହୋଇ ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ମାଧ୍ୟମରେ କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିଲେ।

ସୋସିଆଲ ମିଡିଆ ଏକ୍ସ(ଟୁଇଟର)ରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ମୁଁ ତାଙ୍କର ଦୀର୍ଘ ଜୀବନ ଏବଂ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି। ମନମୋହନ ସିଂଙ୍କୁ ବର୍ତ୍ତମାନ ୯୧ ବର୍ଷ। ସେ ୧୯୩୨ରେ ପଞ୍ଜାବର ଗାହ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ, ଯାହା ବର୍ତ୍ତମାନ ପାକିସ୍ତାନର ଅଂଶ ଅଟେ।

Share