କୋଚି,୨।୯: ଭାରତୀୟ ନୌସେନା ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ପ୍ରଥମ ସ୍ବଦେଶୀ ବିମାନବାହକ ଯୁଦ୍ଧପୋତ ଆଇଏନଏସ୍ ବିକ୍ରାନ୍ତକୁ ନୌସେନାରେ ସାମିଲ କରାଯାଇଛି। କୋଚିଠାରେ ଥିବା ନୌସେନା ବେସ୍ରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେରଳ ରାଜ୍ୟପାଳ ଆରିଫ ମହମ୍ମଦ, କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ।
ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଇଏନଏସ୍ ବିକ୍ରାନ୍ତର ଓଜନ ପ୍ରାୟ ୪୫ ହଜାର ଟନ୍। ୨୦୦୯ରେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହାକୁ ନିର୍ମାଣ ପାଇଁ ୨୦,୦୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହାର ଲମ୍ବ ୨୬୨ ମିଟର, ଉଚ୍ଚତା ୫୯ ମିଟର ଓ ଚଉ ୬୨ ମିଟର। ଏହି ଜାହାଜ ନୌସେନାର ଶକ୍ତି ଦ୍ୱିଗୁଣିତ କରିବ।