Posted inରାଜ୍ୟ

ଓଡ଼ିଶା ଗସ୍ତରେ ଆସି ୬୮୦୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଶନିବାର ଦିନ ଦିନିକିଆ ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ କରିବା ସହିତ ଜନସାଧାରଣଙ୍କୁ ସମ୍ବୋଧନ କରିବେ । ମୋଦି ସମ୍ବଲପୁର ଆଇଆଇଏମ୍‌‌ର ନବନିର୍ମିତ କୋଠାର ଲୋକାର୍ପଣ କରିବା ସହିତ ସମ୍ବଲପୁର ସହରର ରେମେଡ ଛକଠାରେ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଯୋଗଦେବେ ।

ପ୍ରଧାନମନ୍ତ୍ରୀ ସେହିଦିନ ଓଡ଼ିଶାରେ ଦୁଇଟି ତାପଜ ବିଦ୍ୟୁତ୍‌‌ ପ୍ରକଳ୍ପର ଲୋକାର୍ପଣ ଏବଂ ଗୋଟିଏ ତାପଜ ବିଦ୍ୟୁତ୍‌‌ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏହି ୩ଟି ପ୍ରକଳ୍ପ ଲାଗି ମୋଟ ୨୮ ହଜାର ୯୭୮ କୋଟି ଟଙ୍କା ବ୍ୟୟ କରାଯିବ। ୧୬ ଶହ ମେଗାୱାଟ୍‌‌ କ୍ଷମତାବିଶିଷ୍ଟ ଏନ୍‌‌ଟିପିସି ଦର୍ଲିପାଲି ଥର୍ମାଲ ପାୱାର ଷ୍ଟେସନ୍‌‌ ଏବଂ ୨୫୦ ମେଗାୱାଟ୍‌‌ କ୍ଷମତାସମ୍ପନ୍ନ ଏନ୍‌‌ଏସ୍‌‌ପିସିଏଲ୍‌‌, ରାଉରକେଲା ପିପି-୨ ପରିବର୍ତ୍ତିତ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ। ସେହିଭଳି ୧୩ ଶହ ୨୦ ମେଗାୱାଟ୍‌‌ କ୍ଷମତାବିଶିଷ୍ଟ ଏନ୍‌‌ଟିପିସି ତାଳଚେର ଥର୍ମାଲ ପାୱାର ଷ୍ଟେଜ୍‌‌-୩ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତ ସମୟରେ ଦୁଇ ହଜାର ୪୫ କୋଟି ଟଙ୍କର ୩ଟି ଜାତୀୟ ରାଜପଥ ପ୍ରକଳ୍ପକୁ ସମ୍ବଲପୁରଠାରେ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ସେଗୁଡ଼ିକ ହେଲା – ୧୪୩ ନମ୍ବର ଜାତୀୟ ରାଜପଥର ବୀରମିତ୍ରପୁର-ବ୍ରାହ୍ମଣୀ ବାଇପାସ୍‌‌ ଏବଂ ବ୍ରାହ୍ମଣୀ ବାଇପାସ୍‌‌ରୁ ରାଜମୁଣ୍ଡା ଏବଂ ତୃତୀୟଟି ହେଲା – ସୁନ୍ଦରଗଡ଼ ଜିଲ୍ଲାର ରିମୁଲିଠାରୁ ୫୨୦ ନମ୍ବର ଜାତୀୟ ରାଜପଥର କୋଏଡ଼ା ପର୍ଯ୍ୟନ୍ତ ପ୍ରକଳ୍ପ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri