ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର

ମୁମ୍ବାଇ,୧୨।୪:ସ୍ବର କୋକିଳା ତଥା ଭାରତ ରତ୍ନ ଲତା ମଙ୍ଗେଶକରଙ୍କ ସ୍ମୃତିରେ ତାଙ୍କ ପରିବାର ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଲତା ମଙ୍ଗେଶକର ଏବଂ ତାଙ୍କ ପିତା ଦିନାନାଥ ମଙ୍ଗେଶକରଙ୍କ ସ୍ମୃତିରେ ଏହି ପୁରସ୍କାର ଦିଆଯିବ। ପ୍ରତିବର୍ଷ ଏପ୍ରିଲ ୨୪ରେ ଦିନାନାଥଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଦେଶର ନିରପେକ୍ଷ ସେବା ପାଇଁ ଜୀବନ ଉତ୍ସର୍ଗ କରିଥିବା ବ୍ୟକ୍ତିଙ୍କୁ ଏହି ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଛି। ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରଦାନ କରାଯିବ।
ମଙ୍ଗେଶକର ପରିବାର ଏକ ବିବୃତ୍ତିରେ କୁହାଯାଇଛି ଯେ, ଏହି ବର୍ଷ ଗୁରୁ ଦିନାନାଥ ଜୀଙ୍କର ୮୦ ତମ ସ୍ମୃତି ଦିବସ। ଏହି ଅବସରରେ ଆମେ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରତିଷ୍ଠା କରିବାକୁ ଯାଉଛୁ। ଦେଶ ତଥା ସମାଜର ମାର୍ଗଦର୍ଶିକା ଭାବରେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ଏହି ପୁରସ୍କାର ଦିଆଯିବ। ଆମେ ଘୋଷଣା କରି ଖୁସି ଏବଂ ଗୌବାନ୍ବିତ ଯେ ଏହି ପୁରସ୍କାରର ପ୍ରଥମ ବିଜେତା ହେଉଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆମର ସବୁଠାରୁ ସମ୍ମାନିତ ନେତା। ସେ ଜଣେ ଅନ୍ତର୍ଜାତୀୟ ରାଜନେତା ଯିଏ ଭାରତକୁ ବିଶ୍ୱ ନେତୃତ୍ୱର ପଥରେ ରଖିଛନ୍ତି।
ଏହି କାର୍ଯ୍ୟକ୍ରମ ଏପ୍ରିଲ ୨୪ ମୁମ୍ବାଇର ସିୟନର ଶାନମୁଖାନନ୍ଦ ହଲରେ ଅନୁଷ୍ଠିତ ହେବ। ଉଷା ମଙ୍ଗେଶକର ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ। ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri