Categories: ଜାତୀୟ

ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତା ସପ୍ତାହରେ ଇଣ୍ଡୋନେସିଆ ଯିବେ ମୋଦି

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୧୪ ରୁ ୧୬ ତିନି ଦିନିଆ ଇଣ୍ଡୋନେସିଆ ବାଲି ଗସ୍ତରେ ଯିବେ। ସେଠାରେ ୧୭ତମ ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ଏ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ତାଙ୍କର କିଛି ପ୍ରତିପକ୍ଷଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ ଏହି ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡିଛି। ରୁଷିଆ-ୟୁକ୍ରେନ ବିବାଦ, ଖାଦ୍ୟ, ସ୍ବାସ୍ଥ୍ୟ ଏବଂ ଜଳବାୟୁ ପରିବର୍ତ୍ତନ ଭଳି ବିଶ୍ୱ ସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବ।

Share