Posted inଜାତୀୟ

PM Modi Mahakumbh: ଆସନ୍ତାକାଲି ମହାକୁମ୍ଭ ଯିବେ ପ୍ରଧାନମନ୍ତ୍ରୀ ମୋଦି, ୧୧ଟାରେ ସଙ୍ଗମରେ କରିବେ ସ୍ନାନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାf ବୁଧବାର (୫ ଫେବୃଆରୀ ୨୦୨୫) ମହାକୁମ୍ଭ ସ୍ନାନ ପାଇଁ ଯିବେ। ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ପହଞ୍ଚିବେ, ତା’ପରେ ସେ ସଙ୍ଗମରେ ସ୍ନାନ କରିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି କାର୍ଯ୍ୟକ୍ରମ ପୂର୍ବରୁ ସ୍ଥିର ହୋଇଥିଲା। ତେବେ ମହାକୁମ୍ଭ ୨୦୨୫ ଜାନୁଆରୀ ୧୩ ରେ ପୌଷ ପୂର୍ଣ୍ଣିମା ଦିନ ଆରମ୍ଭ ହୋଇଥିଲା ଏବଂ ଫେବୃଆରୀ ୨୬ ରେ ମହାଶିବରାତ୍ରି ପର୍ଯ୍ୟନ୍ତ ଚାଲିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(PMO) କହିଛି ଯେ ମହାକୁମ୍ଭ ହେଉଛି ବିଶ୍ୱର ସର୍ବବୃହତ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ, ଯାହା ସାରା ବିଶ୍ୱରୁ ଭକ୍ତଙ୍କୁ ଆକର୍ଷିତ କରେ। ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ତୀର୍ଥଯାତ୍ରା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ତୀର୍ଥସ୍ଥଳଗୁଡ଼ିକରେ ଭିତ୍ତିଭୂମି ଏବଂ ସୁବିଧା ବୃଦ୍ଧି ପାଇଁ ନିରନ୍ତର ସକ୍ରିୟ ପଦକ୍ଷେପ ନିଆଯାଉଛି। ପୂର୍ବରୁ, ଡିସେମ୍ବର ୧୩, ୨୦୨୪ରେ ପ୍ରୟାଗରାଜ ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ସାଧାରଣ ଲୋକଙ୍କ ପାଇଁ ସଂଯୋଗ, ସୁବିଧା ଏବଂ ସେବାକୁ ଉନ୍ନତ କରିବା ପାଇଁ ୫,୫୦୦ କୋଟି ଟଙ୍କାର ୧୬୭ଟି ବିକାଶ ପ୍ରକଳ୍ପର ଉଦଘାଟନ କରିଥିବା ବିବୃତ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri