Categories: ଜାତୀୟ

କେଜ୍‌ରିଓ୍ବାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଆଜି ୫୩ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଦେଶର ଅନେକ ସେଲିବ୍ରିଟି କେଜ୍‌ରିୱାଲଙ୍କୁ ତାଙ୍କ ଜନ୍ମଦିନ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇବା ସହ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ ଟୁଇଟ୍‌ରେ କହିଛନ୍ତି ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା। ମୁଁ ତାଙ୍କ ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା କରୁଛି। ପରେ କେଜ୍‌ରିିୱାଲ ମୋଦିଙ୍କୁ ଧନ୍ୟବାଦ୍‌ ଜଣାଇଛନ୍ତି।
୧୬ ଅଗଷ୍ଟ ୧୯୬୮ରେ ହରିୟାଣାର ଭିଭାନୀରେ ଜନ୍ମଗ୍ରହଣ କରିଥିବା କେଜ୍‌ରିୱାଲ ହେଉଛନ୍ତି ଦିଲ୍ଲୀର ସପ୍ତମ ମୁଖ୍ୟମନ୍ତ୍ରୀ। ସେ ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଏବଂ ତାଙ୍କ ନେତୃତ୍ୱରେ ଦଳ ଦୁଇଥର ଦିଲ୍ଲୀ ବିଧାନସଭା ନିର୍ବାଚନରେ ରେକର୍ଡ ବିଜୟ ହାସଲ କରିଥିଲା।

Share