Categories: ଜାତୀୟ

ଗଣପତିଙ୍କୁ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ପୁଣେ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ପୁଣେରେ ଲୋକମାନ୍ୟ ବାଲ ଗଙ୍ଗାଧର ତିଳକ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯିବ। ଏନସିପି ମୁଖ୍ୟ ଶରଦ ପାୱାର ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେବେ, ଯିଏ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନ ପ୍ରଦାନ କରିବେ। ଶରଦ ପାୱାରଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ ପାୱାର ମଞ୍ଚରେ ଉପସ୍ଥିତ ରହିବେ। ଅନ୍ୟପଟେ, ପ୍ରଧାନମନ୍ତ୍ରୀ ମୋଦି ପୁଣେରେ ପହଞ୍ଚିବା ପରେ ପୁଣେର ଶ୍ରୀମନ୍ତ ଦଗଡୁଶେଠ ହଲୱାଇ ଗଣପତି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।

Share