Categories: ଜାତୀୟ

ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପିଏମ୍‌ଓ ଦ୍ୱାରା ଏନେଇ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ପ୍ରଧାନମନ୍ତ୍ରୀ କ’ଣ କହିବେ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଅନଲକ ପରେ କରୋନା ନିୟମ ଅନୁସରଣ କରିବା ସହ ଟିକାକରଣ ସମ୍ବନ୍ଧରେ ସରକାରଙ୍କ ପ୍ରୟାସ ବିଷୟରେ ପ୍ରଧାନମନ୍ତ୍ରୀ କହିବାର ସମ୍ଭାବନା ରହିଛି।

Share