Categories: ଜାତୀୟ

ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧।୧୦:  ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ  ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି ଯେ, ରାଷ୍ଟ୍ରପତି ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ସମୃଦ୍ଧ ଜ୍ଞାନ ଏବଂ ନୀତି ସମ୍ବନ୍ଧୀୟ ବୁଝାମଣା ଆମ ଦେଶ ପାଇଁ ମହତ୍ୱପୂର୍ଣ। ସେ ଅତ୍ୟନ୍ତ ଦୟାଳୁ ଅଟନ୍ତି। ମୁଁ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ପ୍ରାର୍ଥନା କରୁଛି।

Share