Categories: ଜାତୀୟ

୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୬ ଦିନ ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଜାପାନ, ପପୁଆ ନ୍ୟୁ ଗିନି ଏବଂ ଅଷ୍ଟ୍ରେଲିଆ ଗସ୍ତ କରିବେ। ଜାପାନରେ ଅନୁଷ୍ଠିତ ହେବାକୁ ଥିବା ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ଏବଂ ତାଙ୍କର ଜାପାନ ଗସ୍ତ ୧୯ରୁ ୨୧ ମେ’ ପର୍ଯ୍ୟନ୍ତ ହେବ।

ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ପ୍ରଧାନମନ୍ତ୍ରୀ କିଶିଦା ଫୁମିଓଙ୍କୁ ଭେଟିବେ। ଜାପାନର ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣକାରୀ ଦେଶମାନଙ୍କ ସହିତ ଜି -୭ ଅଧିବେଶନରେ ଭାଷଣ ଦେବେ। ସୂଚନା ଅନୁଯାୟୀ, ଏହି ଅଧିବେଶନରେ ପ୍ରଧାନମନ୍ତ୍ରୀ ମୋଦୀ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧତା, ଖାଦ୍ୟ ଏବଂ ଶକ୍ତି ସୁରକ୍ଷା, ସ୍ବାସ୍ଥ୍ୟ, ଲିଙ୍ଗଗତ ସମାନତା, ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ।

Share