ବିଷାକ୍ତ ମଦ: ଦାଦା, ପୁତୁରା ମୃତ

ତିର୍ତ୍ତୋଲ/କେନ୍ଦ୍ରାପଡ଼ା,୨୧/୧୧(ଗୌରାଙ୍ଗ ଚରଣ ସ୍ବାଇଁ/ଜଗନ୍ନାଥ ଧଳ): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତ ସିରସ୍ତା ଗ୍ରାମରେ ଛତୁରେ ପକାଇବାକୁ ଥିବା କୀଟନାଶକକୁ ପାଣି ଭାବି ମଦରେ ମିଶାଇ ପିଇଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଗୋପୀନାଥ ସାମଲ (୭୪) ଓ ତାଙ୍କ ସମ୍ପକୀୟ ପୁତୁରା ବିଭୂତି କୁମାର ସାମଲ(୫୪)। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ା ଉଭୟ ଅସୁସ୍ଥ ହୋଇପଡ଼ିବାରୁ ପରିବାର ଲୋକେ ସେମାନଙ୍କୁ ନିକଟସ୍ଥ କେନ୍ଦ୍ରାପଡ଼ା ଜିଲା ପାଟକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ସେମାନଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ବୁଧବାର ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏପରି ଘଟଣାକୁ ନେଇ ସାମାଜିକ ଗଣମାଧ୍ୟମରେ ବିଷାକ୍ତ ମଦମୃତ୍ୟୁ ବୋଲି ଭାଇରାଲ ହେବା ପରେ ବିବାଦ ସୃଷ୍ଟି ହୋଇଛି ା ପରେ ଜଗତ୍‌ସିଂହପୁର ଏସ୍‌ପି ଭବାନୀ ଶଙ୍କର ଉଦ୍‌ଗାତା ଏବଂ ତିର୍ତ୍ତୋଲ ପୋଲିସ ଗ୍ରାମରେ ପହଞ୍ଚତ୍ ଘଟଣାର ତଦନ୍ତ କରି ଫେରିଛନ୍ତି। ଏ ସଂକ୍ରାନ୍ତରେ ତିର୍ତ୍ତୋଲ ଭାରପ୍ରାପ୍ତ ଥାନା ଅଧିକାରୀ ଅନିରୁଦ୍ଧ ରାଉତ କହିଛନ୍ତି, ଘଟଣା ସମ୍ପର୍କରେ ସୂଚନା ପାଇ ଏସ୍‌ପିଙ୍କ ସହ ଘଟଣାସ୍ଥଳକୁ ଯାଇ ତଦନ୍ତ କରି ଫେରିଛି ା ଗୋପୀନାଥଙ୍କ ପୁଅ ଅଶୋକଙ୍କ କହିବା କଥା, ବାପା ଛତୁଚାଷ ପାଇଁ ଥିବା କୀଟନାଶକକୁ ପାଣି ଭାବି ମଦରେ ମିଶାଇ ପିଇଦେବାରୁ ଏଭଳି ଘଟିଛି। ତେଣୁ ଏହା ବିଷାକ୍ତ ମଦମୃତ୍ୟୁ ନୁହେଁ ବୋଲି ରାଉତ କହିଛନ୍ତି। ଅନ୍ୟପକ୍ଷେ କେନ୍ଦ୍ରାପଡ଼ା ସଦର ଥାନା ଅଧିକାରୀ ବିମଲ ମଲିକ କହିଛନ୍ତି, ଅଭିଯୋଗକୁ ଭିତ୍ତିକରି ଦୁଇଟି ଅପମୃତ୍ୟୁ ମାମଲା(ନଂ.୪୦/୨୦୨୪, ୪୧/୨୦୨୪ ) ରୁଜୁ ହୋଇଛି ା ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି ସେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri