Categories: ଜାତୀୟ

ଫ୍ୟାକ୍ଟ୍ରିରେ ବିଷାକ୍ତ ଗ୍ୟାସ୍‌ ଲିକ୍‌: ୫ ମୃତ

ଭୋପାଳ,୩୦।୮: ମଧ୍ୟପ୍ରଦେଶର ମୋରେନା ଜିଲାର ଏକ ଫ୍ୟାକ୍ଟ୍ରିରେ ବିଷାକ୍ତ ଗ୍ୟାସ ଲିକ ଯୋଗୁ ପାଞ୍ଚ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସାକ୍ସି ଫୁଡ ପ୍ରଡକ୍ଟ ନାମକ ଏକ ଫ୍ୟାକ୍ଟ୍ରିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମୟରେ କାରଖାନାରେ ଅନେକ ଶ୍ରମିକ କାମ କରୁଥିଲେ। ସେଥିମଧ୍ୟରୁ ବିଷାକ୍ତ ଗ୍ୟାସର ସଂସ୍ପର୍ଶରେ ଆସି ପାଞ୍ଚ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପ୍ରଶାସନିକ ଅଧିକାରୀ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମସ୍ତ ମୃତକଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।

Share