ମିଳିଲା ବଡ଼ ସଫଳତା: ଗଞ୍ଜେଇ ବୋଝେଇ ଗାଡ଼ିକୁ ଧରିଲା ପୋଲିସ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ଗୁରୁବାର ଗଞ୍ଜେଇ ବୋଝେଇ ଏକ ବୋଲେରୋ (ନଂ.ଓଡ଼ି୧୫ଏକ୍ସ/୮୩୮୦)କୁ ଜବତ କରିଛି। ସେଥିରେ ବୋଝଇ ହୋଇଥିବା ୬ କୁଇଣ୍ଟାଲ ୩୬କି.ଗ୍ରା ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲା ବାଉଁଶୁଣୀ ଥାନା ବୋହିରା ଗ୍ରାମର ବୁଦ୍ଧଦେବ ମହାକୁର(୨୮), କନ୍ଧଡୁମାଳ ଗ୍ରାମର ଉଦୟ ପ୍ରଧାନ(୨୫), ଢ଼େଙ୍କାନାଳ ଜିଲା ରୋସୋଲ ଥାନା ଠେଙ୍ଗା ଗ୍ରାମର ଟୁଟୁ ଦେହୁରୀ(୪୮) ଏବଂ ଅନୁଗୋଳ ଜିଲା ଅନୁଗୋଳ ଥାନା ସୁସୁଡ଼ା ଗ୍ରାମର ଶାଶ୍ୱତ ସୁନ୍ଦର ଦାଶ(୩୭)। ସେମାନଙ୍କ ପାଖରୁ ୫ ମୋବାଇଲ ଏବଂ ନଗଦ ୪ ହଜାର ଟଙ୍କା ମଧ୍ୟ ଜବତ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କ ବିରୋଧରେ ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଏକ ମାମଲା (ନଂ.୨୦୧/୨୪) ରୁଜୁ ହୋଇଛି। ସେମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି।

ଗ୍ରାମାଞ୍ଚଳ ଥାନାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି ସୂଚନା ଦେଇ କହିଥିଲେ, ଜବତ ବୋଲେରୋରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଫଳରେ ଏସ୍‌ପି ପି.ଏସ୍‌ ମୀନାଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମାଞ୍ଚଳ ଥାନା ଆଇଆଇସି ବୁଲୁ ମୁଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ସେଥିପ୍ରତି ନଜର ରଖିଥିଲେ। ସମ୍ପୃକ୍ତ ଗଞ୍ଜେଇ ବୋଝେଇ ଗାଡ଼ିଟି ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ଆମ୍ବସଡ଼ା ବାଇପାସ୍‌ ରାସ୍ତାରେ ଯାଉଥିବା ବେଳେ ପୋଲିସ ଟିମ୍‌ ସେହି ଗାଡ଼ିକୁ ଧରିଥିଲେ। ବୌଦ୍ଧ ଜିଲାରୁ ଛତିଶଗଡ଼ ରାଜ୍ୟ ରାୟପୁରକୁ ଜବତ ଗଞ୍ଜେଇ ବୋଝେଇ ବୋଲେରୋ ଯାଉଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଅତିରିକ୍ତ ଏସ୍‌ପି ମହାନ୍ତି କହିଛନ୍ତି। ଏ ନେଇ ଅଧିକ ତଦନ୍ତ ଚାଲୁଛି ଏବଂ ଗଞ୍ଜେଇ ଚାଲାଣ ପ୍ରତି ପୋଲିସ ସବୁବେଳେ ସତର୍କ ଦୃଷ୍ଟି ରଖିଆସିଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri