ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଭୁବନ ଗରଡ଼ା।
ରବିବାର ରାତିରେ ନବରଙ୍ଗପୁର ଥାନା ପୋଲିସ ସହରରେ ପାଟ୍ରୋଲିଂ କରୁଥିଲା। ଏହି ସମୟରେ ଏକ ଧଳା ରଙ୍ଗର ନମ୍ବର ବିହୀନ କାର୍‌ ପୋଲିସକୁ ଚକମା ଦେଖାଇ ଖସି ଯାଉଥିଲା। ପୋଲିସ ଗାଡ଼ିକୁ ପିଛା କରି ଧରିଥିଲା। ପୋଲିସ ଡ୍ରାଇଭରଙ୍କୁ ପରିଚୟ ମାଗିବାରୁ ନବରଙ୍ଗପୁର ସହର ସେନାପତି ସାହିର ଭୁବନ ଗରଡ଼ା ବୋଲି କହିଥିଲେ। ଜୁଲାଇ ୨୦୨୨ରେ ନବରଙ୍ଗପୁର ସହର ଗଦବାଗୁଡା ସାହିର ଶେଖ୍‌ ନିଜାମ ହତ୍ୟାକାଣ୍ଡର ସେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ବୋଲି ଯାଞ୍ଚ ସମୟରେ ପୋଲିସ ଜାଣିବାକୁ ପାଇଥିଲା। ଏହାପରେ ପୋଲିସ ଗାଡିକୁ ଟିକିନିଖି ଯାଞ୍ଚ କରିବାରୁ ଏକ ଦେଶୀ ବନ୍ଧୁକ ସହ ୪ଟି ଅଫୁଟା ଗୁଳି, ଗୋଟିଏ ଛୁରି, ନମ୍ବର ବିହୀନ କାର୍‌, ମୋବାଇଲ ଫୋନ୍‌, ୫ ସିମ୍‌କାର୍ଡ ଓ ୪ ନମ୍ବର ପ୍ଲେଟ ପୋଲିସ ଜବତ କରିଛି। ନବରଙ୍ଗପୁରର ଶେଖ୍‌ ନିଜାମ ହତ୍ୟାକାଣ୍ଡ ସହିତ ଡାବୁଗାଁ ହାଟରେ ଜଣେ ଗୋରୁ ବେପାରୀଙ୍କଠାରୁ ୨୮ ଲକ୍ଷ ଟଙ୍କା ଡକାୟତି ଘଟଣାରେ ମଧ୍ୟ ତାଙ୍କର ସମ୍ପୃକ୍ତି ରହିଛି। ଏଥିସହ ନବରଙ୍ଗପୁର ଓ ଡାବୁଗାଁ ଥାନାରେ ଅଭିଯୁକ୍ତ ଗରଡ଼ାଙ୍କ ନାମରେ ୭ଟି ମାମଲା ରହିଥିବା ନବରଙ୍ଗପୁର ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତରା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri