ମାଷ୍ଟରମାଇଣ୍ଡଙ୍କୁ ପାଉନି ପୋଲିସ

ଖୋର୍ଦ୍ଧା ଅଫିସ,୨୨ା୮: କୋଲକାତାରୁ ବାଲେଶ୍ୱର, ଜଳେଶ୍ୱର ଅଞ୍ଚଳରୁ ଗଳାବାଟ ଦେଇ ବ୍ରାଉନସୁଗାର ଖୋର୍ଦ୍ଧାରେ ପହଞ୍ଚୁଛି। ଏଠାରୁ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ପଡ଼ୋଶୀ ଜିଲା ପୁରୀ ନିକଟବର୍ତ୍ତୀ ଅଞ୍ଚଳକୁ ପଠାଯାଉଛି। ସ୍ବଳ୍ପ ସମୟରେ ଅଧିକ ଟଙ୍କା ରୋଜଗାର ଲାଳସାରେ ଯୁବପିଢି ଏଥିରେ ସାମିଲ ହୋଇ ବିପଦଗାମୀ ହେଉଛନ୍ତି। ତେବେ ଖୋର୍ଦ୍ଧାରେ ବାରମ୍ବାର ଚଢାଉ ସତ୍ତ୍ୱେ ଏହି କାରବାର ରୋକାଯାଇପାରୁନାହିଁ। ବ୍ରାଉନସୁଗାର କାରବାରର ମାଷ୍ଟର ମାଇଣ୍ଡକୁ ପୋଲିସ ଧରିବାରେ ବିଫଳ ହେଉଛି। ପୂର୍ବରୁ ଗୁରୁଜଙ୍ଗରେ ଟାଉନ ପୋଲିସ ଚଢ଼ାଉ ବେଳେ ଦୁଇଥର ବଡ ବେପାରୀ ଖସିଯିବା ଘଟଣା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଖୋର୍ଦ୍ଧାରେ କେତେକ ପରିବା ଦୋକାନ, ଗ୍ରୋସେରି, ଫୁଟଫାଥ ଦୋକାନରେ ଚୋରା ନିଶା କାରବାର ଚାଲିଛି। ଖୋର୍ଦ୍ଧାରେ ଏକ ବଡ ନେଟୱର୍କ କାମ କରୁଛି। ସାମନ୍ତରାପୁର, ଠେଙ୍ଗାହାଟ, ଜବରଦସ୍ତିପୁର, ଗୁରୁଜଙ୍ଗ ସମେତ ଜଟଣୀ ବାଇପାସ, ୫୭ ଓ ୧୬ ନମ୍ବର ଜାତୀୟ ରାଜପଥ ଏମାନଙ୍କ ପାଇଁ ଗଳାବାଟ ପାଲଟିଛି।
ଏସ୍‌ଡିପିଓ ସୁଶିଲ ମିଶ୍ର କହିଛନ୍ତି, ନିଶା କାରବାର ରୋକିବା ଲାଗି ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଗତ ଦୁଇବର୍ଷ ମଧ୍ୟରେ ଏକାଧିକ ବେପାରୀଙ୍କୁ ଗିରଫ କରାଯାଇଛି। ଗତବର୍ଷ ସାମନ୍ତରାପୁରର ଦୁଇଜଣ ନିଶା ବେପାରୀଙ୍କ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri