ରାଜପଥ ପାର୍ଶ୍ୱ ଦୋକାନରେ ପୋଲିସ ଚଢ଼ାଉ

ଗଞ୍ଜାମ,୨୮।୭(ବିଦ୍ୟାଧର ସାହୁ ): ଗତ କିଛି ଦିନ ତଳେ ପୁଇଁତୋଳା ଛକଠାରେ ପାନ ଦୋକାନ କରିଥିବା ଦୁଇ ଭାଇଙ୍କୁ ଚୋରା ଗଞ୍ଜେଇ ଚାଲାଣ ଅଭିଯୋଗରେ କର୍ନାଟକ ପୋଲିସ ଉଠାଇ ନେଇଥିଲା l ଏହି ଘଟଣା ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏପରିକି ପୋଲିସ ସେହି ଦିନଠାରୁ ଜାତୀୟ ରାଜପଥ ପାର୍ଶ୍ୱ ଦୋକାନ ଉପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡା ନଜର ରଖାଯାଇଛି l ଏନେଇ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଥାନା ଅଧୀନରେ ଥିବା ରାଜପଥ ପାର୍ଶ୍ୱ ପାନ ଦୋକାନ ସହ ବିଭିନ୍ନ ଭେରାଇଟି ଷ୍ଟୋର ଉପରେ ଶୁକ୍ରବାର ଚଢ଼ାଉ କରାଯାଇଥିଲା l ଏପରିକି ରାତିରେ ଖୋଲି ବେପାର କରିବା ଉପରେ ପୋଲିସ ପକ୍ଷରୁ ରୋକ ଲଗାଇଛି। ରାତି ୧୦ ପରେ ଦୋକାନଗୁଡିକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l ଏପରିକି ଲାଇନ ଟ୍ରକରୁ ଡିଜେଲ ଚୋରି ପ୍ରତି ମଧ୍ୟ ଦୃଷ୍ଟି ରଖାଯାଇଛି ବୋଲି ଥାନା ଅଧିକାରୀ ସନ୍ତୋଷ କୁମାର ସାହୁ ସୂଚନା ଦେଇଛନ୍ତି l ରାତି ୧୦ଟା ପରେ ଦୋକାନ ଖୋଲା ବ୍ୟବସାୟ କରୁଥିବା ଦୋକାନ ମାଲିକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କୁହାଯାଇଛି l ଏନେଇ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ୨୦ ତାରିଖ ରାତିରେ ବେଆଇନ ମାଦକ ଦ୍ରବ୍ୟ ତଥା ଗଞ୍ଜେଇ ଚାଲାଣ ମାମଲାରେ କର୍ନାଟକ ପୋଲିସ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଏବଂ ତାଙ୍କ ସାନଭାଇ ପଞ୍ଚୁ ସାହୁଙ୍କୁ ଉଠାଇ ନେଇଥିଲା l ସେହି ସମୟରେ ତାଙ୍କୁ କେହି ଦୃବୁର୍ତ୍ତ ବନ୍ଧୁକ ଦେଖାଇ ଅପହରଣ କରି ନେଇଥିବା ଦାବିରେ ଦୋକାନ ମାଲିକଙ୍କ ସହ ଗ୍ରାମବାସୀ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ କରିଥିଲେ। ଉକ୍ତ ଘଟଣାରେ ଜିଲା ପୋଲିସକୁ ନାକେଦମ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri