୧୧ଦିନ ପରେ ମିଳିଲା ନିଖୋଜ ଶିଶୁର ମୃତ ଶରୀର ଠାବ କଲା ପୋଲିସ

ରାୟଗଡା,୨୧।୩( ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଏକ ୧୩ମାସର ଶିଶୁ ପୁତ୍ରର ମୃତ ଦେହକୁ ୧୧ ଦିନ ପରେ ଠାବ କରିଛି ପୋଲିସ । ଘାଗୁ ଗ୍ରାମର ଅଜିତ ନାଗବଂଶଙ୍କ ନିଖୋଜ ପୁଅ ବୋଲି ଜଣାପଡିଛି । ଶୁକ୍ରବାର ସକାଳେ ଅଜିତ ଓ ଗ୍ରାମର କିଛି ଲୋକ ଘାଗୁଡିମାଳ ନାଳର ମଶାଣି ତୁଠକୁ ଶୌଚ ପାଇଁ ଯାଇଥିଲେ। ସେଠାରେ ପଚା ଦୁର୍ଗନ୍ଧ ହେବାରୁ ଖୋଜାଖୋଜି କରିଥିଲେ । ବୁଦା ମୂଳରେ ଏକ ଶିଶୁର ମୃତ ଦେହ ପଡିଥିବାର ଦେଖିଥିଲେ। ପୁଅ ପିନ୍ଧିଥିବା ସାର୍ଟକୁ ଦେଖି ଅଜିତ ଚିହ୍ନି ପାରି ସ୍ଥାନୀୟ ପୋଲିସକୁ ଯୋଗାଯୋଗ କରିଥିଲେ । ଖବର ପାଇ ଥାନା ଅଧିକାରୀ ନୀଳକଣ୍ଠ ବେହେରା ,ଏସଆଇ ପୁରୁଷୋତମ ଜାନି ଘଟଣାସ୍ଥଳରେ ପହଞ୍ଚି ଉପରିସ୍ଥ ଅଧିକାରୀଙ୍କୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ । ସୂଚନା ପାଇବା ପରେ ଏସଡିପିଓ ଗୌରହରି ସାହୁ ଓ ତଦନ୍ତକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏହାପରେ ଶିଶୁର ଶବକୁ କୋରାପୁଟ ଏସଏଲଏନ ମେ ପଠାଇଛନ୍ତି । ତେବେ ୧୩ମାସର ଶିଶୁ କିଭଳି ଘର ଲୋକଙ୍କ ଅଜାଣତରେ ଏତେ ଦୂର ଗଲା ଏବଂ ମୃତ୍ୟୁବରଣ କଲା ତାହା ଜଣାପଡିନାହିଁ। ପରିବାରବର୍ଗ କାହା ଉପରେ ସନ୍ଦେହ ନ ଥିବା ପ୍ରକାଶ କରିଛନ୍ତି ।

ପ୍ରକାଶଥାଉକି, ମଙ୍ଗଳବାର ସଂଧ୍ୟାରେ ନିଜର ୧୩ମାସର ଶିଶୁ ପୁତ୍ର ନିଖୋଜ ହୋଇଥିବା ନେଇ ବୁଧବାର ସକାଳୁ ଅଜିତ ଓ ତାଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ନେଇ ଏସଡିପିଓ ସାହୁ ଓ ସ୍ଥାନୀୟ ପୋଲିସ ଘାଗୁଡିମାଳ ଯାଇ ତଦନ୍ତ କରିଥିଲେ । ପରେ ଅନୁସନ୍ଧାନୀ କୁକୁର ଟିମ ଆସି ପହଞ୍ଚି ଖୋଜାଖୋଜି କରିଥିଲେ ହେଁ ଶିଶୁ ପୁତ୍ରର କୌଣସି ସନ୍ଧାନ ମିଳିନଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image