ଗଞ୍ଜେଇ ଭର୍ତ୍ତି ୨ କାର୍‌ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୨୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଟିମ୍‌ ଶନିବାର ଚଢ଼ାଉ କରି ୨ଟି ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଥିବାବେଳେ ୩ ଜଣଙ୍କୁ ଗିରଫ କରିଛି। ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁରରେ ଥିବା ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଡିଏସ୍‌ପି ଶ୍ରୁତିକାନ୍ତ ରାଉତଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ ହୋଇଥିଲା। କନ୍ଧମାଳ ଅଞ୍ଚଳରୁ ଗଞ୍ଜେଇ ଆସ୍କା ଦେଇ ଚାଲାଣ ହେଉଥିବା ଖବର ପାଇ ଉକ୍ତ ଟିମ୍‌ ଆଜି ଆସ୍କା ବାଲିସିରା ଛକରେ ଯାନବାହନ ଯାଞ୍ଚ କରୁଥିଲା। ଆଗ ପଛ ହୋଇ ଆସୁଥିବା ଦୁଇଟି କାର୍‌ ନଂ ( ଓ ୦୨ ସିକ୍ୟୁ ୦୬୫୭) ଓ ମାରୁତି ସୁଜ୍‌କି (ଓ ୦୨ ସି ଡବ୍ଲ୍ୟୁ – ୬୫୩୧)କୁ ଅଟକାଇ ଯାଞ୍ଚ କରିଥିଲା। ସେଥିରୁ ୬୦ କେଜି ଗଞ୍ଜେଇ ଜବତ କରିଥିଲା। ଗାଡ଼ି ଡ୍ରାଇଭର ସମେତ ୩ ଅଭିଯୁକ୍ତଙ୍କୁ ଉକ୍ତ ଟିମ୍‌ ବାନ୍ଧିଛି। ସେମାନେ ହେଲେ କନ୍ଧମାଳ ଜିଲା ଫୁଲବାଣୀ ନାଡୀଖଣ୍ଡିର ପପୁନ ନାୟକ(୨୩) ଚକାପାଦ ଥାନା ଅଞ୍ଚଳର ଦିବ୍ୟରଞ୍ଜନ ନାୟକ(୨୩) ଓ ବୌଦ୍ଧ ଜିଲା ପୁରୁଣା କଟକ ଥାନା ଅନ୍ତର୍ଗତ ପୁରୁଣା କଟକର ଶ୍ରବଣ କୁମାର ଆପଟ (୨୧)।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri