ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି।
ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ ଘରେ ଥିବା ବେଳେ ଅନ୍ୟ ଏକ ଦଳର କିଛି କର୍ମୀ ତାଙ୍କ ଘରେ ପଶି ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ବୃନ୍ଦାବନ ଏବଂ ତାଙ୍କ ପୁଅ ମାନସ ଗୁରୁତର ହୋଇଥିଲେ। ଗୁରୁତରମାନଙ୍କୁ ଉଦ୍ଧାର କରି ପରିବାର ଲୋକେ ପ୍ରଥମେ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ସିଂଲା ଥାନା ପୋଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି।

Share