ଖଲ୍ଲିକୋଟରେ ରାଜନୈତିକ ହିଂସା: ୮ ଗିରଫ

ଖଲ୍ଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଯେଉଁଥିରେ ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି।

ସୂଚନାଥାଉ କି, ବୁଧବାର ପ୍ରାକ୍‌ ନିର୍ବାଚନ ପୂର୍ବରୁ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ଗିରଫ କରିଛି ପୋଲିସ।

Share