ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର ଆସି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ସହ ସାମାଜିକ ନ୍ୟାୟ ଉପରେ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ଅବସରରେ ଶ୍ରୀକାନ୍ତ ଜେନାଙ୍କ ସହ ଦିଲ୍ଲୀରେ ଦେଖାହୋଇଥିଲା, ତାଙ୍କ କଥା ମନକୁ ପାଇଛି ବୋଲି ଅଖିଳେଶ କହିଛନ୍ତି। ଏସ୍‌ପି ଏବେ ଇଣ୍ଡିଆ ମେଣ୍ଟରେ ଥିବାବେଳେ ଅଖିଳେଶ ଓଡ଼ିଶା ଆସିବା ବେଳକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ନ ରହିବା ଏବଂ ଶ୍ରୀକାନ୍ତଙ୍କ ଦୀର୍ଘଦିନର ଦାବିକୁ ଉଠାଇ ଖବରଦାତା ସମ୍ମିଳନୀ କରିବାକୁ ନେଇ ରାଜନୈତିକ ମହଲରେ ଭିନ୍ନ ଧରଣର ଚର୍ଚ୍ଚା ଆରମ୍ଭ ହୋଇଛି। ହେଲେ ଭକ୍ତ ଦଳୀୟ କାର୍ଯ୍ୟକ୍ରମ ଥିବା ଯୋଗୁ ଅଖିଳେଶଙ୍କୁ ଭେଟିପାରି ନ ଥିବା କହିଛନ୍ତି। ଅନ୍ୟପଟେ ଅଖିଳେଶଙ୍କ ଦଳରେ ଶ୍ରୀକାନ୍ତ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏହାକୁ ଶ୍ରୀକାନ୍ତ ଖଣ୍ଡନ କରିଦେଇଛନ୍ତି।
ପ୍ରତିକ୍ରିୟା ଦେଇ ଶ୍ରୀକାନ୍ତ କହିଛନ୍ତି, କଂଗ୍ରେସରେ ସେ ଅଛନ୍ତି ଆଉ ରହିବେ। ସମାଜବାଦୀ ପାର୍ଟିରେ ମିଶିବା ନେଇ ଚାଲିଥିବା ଚର୍ଚ୍ଚା ଭୁଲ୍‌ କଥା। ଓଡ଼ିଶାରେ ସାମାଜିକ ନ୍ୟାୟ ପାଇଁ ଲଢ଼େଇ ଜୋର୍‌ଦାର ହେବ। ଜାତିଗତ ଜନଗଣନା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦାବି କରିସାରିଛନ୍ତି ବୋଲି ଶ୍ରୀକାନ୍ତ କହିଛନ୍ତି।

ସଭାପତି ଭକ୍ତ ଚରଣ ଦାସ କହିଛନ୍ତି, ଅଖିଳେଶ ଯାଦବ ଇଣ୍ଡିଆ ମେଣ୍ଟରେ ଅଛନ୍ତି। ତାଙ୍କର ଯେଉଁ ପୁରୁଣା ଜଣାଶୁଣା ଲୋକ ଥିଲେ ସେମାନଙ୍କୁ ଭେଟିବାକୁ ଆସିଛନ୍ତି। ତାଙ୍କୁ ମଧ୍ୟ ଦେଖାହେବା ଲାଗି ଡକାଇଥିଲେ। କାର୍ଯ୍ୟ ବ୍ୟସ୍ତତାରୁ ଯାଇପାରିଲେ ନାହିଁ ବୋଲି ଭକ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri