ଝାରସୁଗୁଡାରେ ମତଦାନ ଆରମ୍ଭ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହା ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୩ ବୁଥ୍‌ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯ ଜଣ ଭୋଟର ମତଦାନ କରିବେ।

ବିଜେଡି ପକ୍ଷରୁ ଦୀପାଳି ଦାସ ପ୍ରାର୍ଥୀ ଥିବା ବେଳେ ଭାଜପାରୁ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଏବଂ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ଅଛନ୍ତି।

Share