ଜେଏସ୍‌ଡବ୍ଲ୍ୟୁକୁ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର

ଭୁବନେଶ୍ୱର,୨୯।୯:ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ୪୦ତମ ପ୍ରତିଷ୍ଠା ଦିବସ ଅବସରରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌କୁ ସମ୍ମାନଜନକ ‘ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର’ ଦିଆଯାଇଛି। ବିଶେଷକରି ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ର ସମସ୍ତ ପରିବେଶଗତ ପ୍ରୟାସ ସହ କମ୍ପାନୀର ଜଜାଙ୍ଗ ଲୌହପଥର ଖଣିରେ ପୂର୍ଣ୍ଣାଙ୍ଗ ପରିବେଶ ପରିଚାଳନା କାର୍ଯ୍ୟାଭାସ କୈନ୍ଦ୍ରିକ ହୋଇଛି, ଯାହା ପରିଚାଳନାଗତ ଉତ୍କର୍ଷ ବଜାୟ ରଖିବା ସହିତ ପରିବେଶକୁ ସୁରକ୍ଷିତ ରଖିବା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରୁଛି। ଏପରିକି ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌ ପ୍ରଦୂଷଣ ନିୟନ୍ତ୍ରଣ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସ ନିମନ୍ତେ ଏହି ସମ୍ମାନଜନକ ପୁରସ୍କାର ଲାଭ କରିଛି। କମ୍ପାନୀର ଖଣି କାର୍ଯ୍ୟକଳାପରେ ଦୀର୍ଘସ୍ଥାୟୀ କାର୍ଯ୍ୟାଭ୍ୟାସ ଏବଂ ମଜଭୁତ ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପଗୁଡିକ ସଫଳତାର ସହିତ କାର୍ଯ୍ୟକାରୀ କରିବା ଦିଗରେ ଏହା କମ୍ପାନୀର ଏକାଗ୍ର ପ୍ରତିବଦ୍ଧତାର ନିଦର୍ଶନ ହୋଇଛି। ଅପରପକ୍ଷରେ ଓଏସ୍‌ପିସିବିର ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ସମ୍ମାନ ସମାରୋହ ଉତ୍ସବର ମୁଖ୍ୟ ଅତିଥି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍‌କୁ ‘ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶସ୍ତି ପୁରସ୍କାର’ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜସ୍ବ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜ୍ୟ ଜଙ୍ଗଲ ବିଭାଗର ଚିଫ କଞ୍ଜରଭେଟର ଏବଂ ହେଡ୍‌ ଅଫ୍‌ ଫରେଷ୍ଟ ଫୋର୍ସ ଡ. ଦେବୀଦତ୍ତ ବିଶ୍ୱାଳଙ୍କ ସମେତ ଓଏସ୍‌ପିସିବିର ସଦସ୍ୟ ସଚିବ ଡ. କେ.ମୁରୁଗେସନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri