Posted inଫୁରସତ

ଦ୍ରୁତଗତିରେ ବୃଦ୍ଧି ପାଉଛି ଜନସଂଖ୍ୟା

ସାରା ବିଶ୍ୱରେ ଦ୍ରୁତଗତିରେ ଜନସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଜୁଲାଇ ୧୧ରେ ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରାଯାଉଛି। ବିଶେଷକରି ଏହି ଦିନ ଆମକୁ ମନେ ପକାଇ ଦେଉଛି ଯେ, ଜନସଂଖ୍ୟା ନିୟନ୍ତ୍ରଣ ଏବଂ ପରିବାର ଯୋଜନା ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ।

୨୦୨୩ର ଆକଳନ ଅନୁଯାୟୀ, ଭାରତର ଜନସଂଖ୍ୟା ପ୍ରାୟ ୧୪୨.୮୬ କୋଟି। ଏହି ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ଭାରତ ହେଉଛି ବିଶ୍ୱର ବୃହତ୍ତମ ଏବଂ ଜନବହୁଳ ଦେଶ। ଜନସଂଖ୍ୟା ଦୃଷ୍ଟିରୁ ଏହା ଚାଇନାକୁ ପଛରେ ପକାଇଛି।
ଚାଇନାର ବର୍ତ୍ତମାନ ଜନସଂଖ୍ୟା ୧୪୨.୫୭ କୋଟି ଏହି କାରଣରୁ ହୋଇଥିବା ଗୁରୁତର ପରିସ୍ଥିତିକୁ ଧ୍ୟାନରେ ରଖି ବିଶ୍ୱ ଜନସଂଖ୍ୟା ଦିବସ ପ୍ରତିବର୍ଷ ପାଳନ କରାଯାଉଛି। ତେବେ ଏହି ଦିନର ଇତିହାସ ଏବଂ ଏହାର ଗୁରୁତ୍ୱ ବିଷୟରେ ଜାଣନ୍ତୁ…

୧୯୮୯ରେ ମିଳିତ ଜାତିସଂଘର ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ଦ୍ୱାରା ବିଶ୍ୱ ଜନସଂଖ୍ୟା ଦିବସ ଆରମ୍ଭ ହୋଇଥିଲା। ୧୯୮୭ ସୁଦ୍ଧା ବିଶ୍ୱର ଜନସଂଖ୍ୟା ପ୍ରାୟ ୫ ବିଲିୟନରେ ପହଞ୍ଚି ସାରିଥିଲା, ଯାହା ବିଷୟରେ ସମସ୍ତ ଦେଶ ଚିନ୍ତିତ ହେବାକୁ ଲାଗିଲେ। ଏହି ଐତିହାସିକ ଘଟଣା ଦ୍ରୁତଗତିରେ ବୃଦ୍ଧି ପାଉଥିବା ଜନସଂଖ୍ୟା ଏବଂ ଏହାର ଆନୁସଙ୍ଗିକ ପ୍ରସଙ୍ଗ ପ୍ରତି ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିଥିଲା। ଏହା ପରେ ମିଳିତ ଜାତିସଂଘ ୧୧ ଜୁଲାଇକୁ ବିଶ୍ୱ ଜନସଂଖ୍ୟା ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେହିଦିନଠାରୁ ଜୁଲାଇ ୧୧ରେ ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଚିହ୍ନିବାରେ କରିଛନ୍ତି କି ବଡ଼ ଭୁଲ? ପଶ୍ଚାତାପ କରୁଥିଲେ ଜାଣନ୍ତୁ ଚାଣକ୍ୟଙ୍କ ଏହି ୪କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ...

୧୦ ବର୍ଷ ଧରି ୫୦ ଲୋକଙ୍କ ଦ୍ୱାରା ସ୍ତ୍ରୀଙ୍କୁ ବଳାତ୍କାର କରାଉଥିଲେ ସ୍ବାମୀ, କୋର୍ଟରେ ଦୁଃଖ ବଖାଣିଲେ ମହିଳା

ସ୍ବାମୀ (ବର୍ତ୍ତମାନ ପୂର୍ବତନ)ଙ୍କ ଦ୍ୱାରା ଅଚେତ ଅବସ୍ଥାରେ ଡ୍ରଗ୍ସ ଦେଇ ପ୍ରାୟ ଏକ ଦଶନ୍ଧି ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ଜିସେଲେ ପେଲିକାଟ, ଗୁରୁବାର...

କ’ଣ ଅଫିସ୍‌ରେ ବାରମ୍ବାର ‘ସୁଟା ବ୍ରେକ୍‌’ ନେବା ଦ୍ୱାରା ଷ୍ଟ୍ରେସ୍‌ କମିଥାଏ? ଜାଣନ୍ତୁ ଏହା ପଛର ସତ?

ନୂଆଦିଲ୍ଲୀ,୫।୯: ସିଗାରେଟ୍‌ ଟାଣିବାର ସୌକିନ ରଖିଥିବା ଲୋକ ଅଧିକ ଷ୍ଟ୍ରେସରେ ଥିଲେ ଅଧିକ ଧ୍ରୁମପାନ କରିଥାନ୍ତି। ସେମାନେ ବିଶ୍ୱାସ କରନ୍ତି କି, ସିଗାରେଟ୍‌ ଏକ ଷ୍ଟ୍ରେସ୍‌...

ମାଛ ମଡ଼କ ଯୋଗୁ ଏମର୍ଜେନ୍ସି

ଏଥେନ୍ସ:ଗ୍ରୀସ୍‌ର ଭୋଲୋସ ସହର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ହ୍ରଦ, ନଦୀ ଓ ବିଭିନ୍ନ ଜଳାଶୟଗୁଡ଼ିକରେ ଲକ୍ଷାଧିକ ମୃତ ମାଛ ପଡ଼ି ରହିଛନ୍ତି। ଏତେ...

ବିଶ୍ୱର ସବୁଠୁ ବୟସ୍କ କୁମ୍ଭୀର

ପ୍ରିଟୋରିଆ: ପୃଥିବୀର ସର୍ବ ପୁରାତନ ଜୀବଜନ୍ତୁମାନଙ୍କ ମଧ୍ୟରେ କୁମ୍ଭୀର ଅନ୍ୟତମ। ପ୍ରାୟତଃ ବିପଜ୍ଜନକ ଶିକାରୀ ଭାବେ କୁମ୍ଭୀର ଅନ୍ୟ ପ୍ରାଣୀମାନଙ୍କ ଉପରେ ଆକ୍ରମଣ କରିବାକୁ କୁଣ୍ଠାବୋଧ...

୨୦୨୫ରୁ ୭ ବର୍ଷ ଦେଖି ହେବନି ଶନି ବଳୟ

ଓ୍ବାଶିଂଟନ, ୪।୯: ସୌର ଜଗତରେ ଶନି ସୂର୍ଯ୍ୟଙ୍କଠାରୁ ଷଷ୍ଠ ଗ୍ରହ ହୋଇଥିବା ସହ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ ମଧ୍ୟ। ଏହି ଗ୍ରହର ଚାରିପଟେ ଏକ...

ପୃଥିବୀ ଉପରେ ବଡ଼ ବିପଦ! ଦ୍ରୁତ ଗତିରେ ମାଡି ଆସୁଛି ଭୟଙ୍କର ଗ୍ରହ, ସେପ୍ଟେମ୍ବରରେ…, ଆଲର୍ଟ ଜାରି କଲା ନାସା

ଏକ ଗ୍ରହ ସମ୍ବନ୍ଧରେ ନାସା ଏକ ସତର୍କ ସୂଚନା ଜାରି କରିଛି। ନାସା କହିଛି ଯେ ପ୍ରାୟ ୭୨୦ ଫୁଟର ଏକ ବିଶାଳ ଗ୍ରହ, ଯାହା...

୧୦୦ କିଲୋମିଟର ପର୍ଯ୍ୟନ୍ତ ଲାଗିଲା ଟ୍ରାଫିକ ଜାମ୍‌, ୧୨ ଦିନ ପରେ ଘରକୁ ଫେରିଲେ ଲୋକେ

ବେଜିଂ: ଦିଲ୍ଲୀ-ଏନସିଆର ହେଉ କିମ୍ବା ବେଙ୍ଗାଲୁରୁ ହେଉ, ଲୋକମାନେ ଟ୍ରାଫିକ ଜାମ୍‌ର ସମ୍ମୁଖୀନ ହେବା ସାଧାରଣ କଥା। ସେଥିପାଇଁ ଏଠାକାର ଲୋକମାନେ ଅଫିସ ଯିବାକୁ ଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri