କୋକସରା ବ୍ଲକ ସ୍ତରୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ

କୋକସରା,୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ପୋଷଣ ମାସ ପାଳନ କରାଯାଇଛି। ସିଡିପିଓ ସରୋଜା ଲତା ଦେଇଙ୍କ ଅଧ୍ୟକ୍ଷତାରେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଯୋଗଦେଇ ଶିଶୁ, କିଶୋରି ବାଳିକା, ଗର୍ଭବତୀ ମହିଳାଙ୍କୁ ପୃଷ୍ଟିସାର ଯୁକ୍ତ ଖାଦ୍ୟ, ସନ୍ତୁଳିତ ଆହାର ଦେବାପାଇଁ ରାଜ୍ୟ ସରକାର ଛତୁଆ ଠାରୁ ଆରମ୍ଭ କରି ପୌଷ୍ଟିକ ଆହାର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଙ୍ଗନବାଡ଼ି କେନ୍ଦ୍ର ଜରିଆରେ ଯୋଗାଣ କରୁଛନ୍ତି। ଏହାର ସଠିକ ମାତ୍ରାରେ ପହଞ୍ଚୁଛି କି ନାହିଁ ତାହାର ତଦାରଖ କରିବା ପାଇଁ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ଅଧିକାରୀ ଦୃଷ୍ଟି ଦେବାକୁ କହିଛନ୍ତି। ସମ୍ମାନିତ ଅତିଥି ଭାବେ ବିଡ଼ିଓ ସ୍ନେହାପ୍ରଭା ମାଝୀ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅଙ୍ଗନବାଡ଼ି କେନ୍ଦ୍ରର କୁନି କୁନି ପିଲାମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପରେ ପିଲାଙ୍କୁ ଉତ୍ସାହିତ କରିବା ପାଇଁ ଉପସ୍ଥିତ ଅତିଥିମାନେ ସାର୍ଟିଫିକେଟ ସହ ଟ୍ରଫି ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ସେକ୍ଟର ସୁପର ଭାଇଜର ପ୍ରିୟା ସିନି ତାଣ୍ଡି, ସୋନିଆ ହେମ୍ରମ, ଦ୍ରୌପଦି ମାଝୀ ସମେତ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରର କର୍ମି ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷାଫଳ  ପ୍ରକାଶ ପାଇଛି। ସ୍କୁଲ ପରିଚାଳନା...

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ...

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି...

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ...

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ...

୧୭ ଚୋରି ବାଇକ୍‌ ଜବତ, ୩ ଗିରଫ

ନୂଆପଡ଼ା,୩୦ା୩ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରି ୧୭ ଚୋରି ବାଇକ୍‌ ଜବତ କରି ୩ ଜଣକୁ...

୭ ବର୍ଷ ପରେ ମା’ କୋଳକୁ ଫେରିଲେ ଝିଅ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବଜରଙ୍ଗୀ ଭାଇଜାନ ଚଳଚ୍ଚିତ୍ରର କାହାଣୀ ସଦୃଶ ହଜିଲା ୬ ବର୍ଷର ବେବି ପାତ୍ର ଘଟଣା ଝାଡ଼ଖଣ୍ଡ ରାଜ୍ୟ ଜାମ୍‌ଶେଦପୁର ଅଞ୍ଚଳରେ ଚହଳ...

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ଆରମ୍ଭ, ମାଡିଲା ବୋଲଡୋଜର

ବରଗଡ, ୩୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ରବିବାର ସକାଳୁ ଆରମ୍ଭ ହୋଇଛି। ଜବରଦଖଲରେ ରହିଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image