କମିଲା ଆଳୁ ଦର! ହେଲା ଏତିକି, ଯୋଗାଣ ମନ୍ତ୍ରୀ କହିଲେ …

ଭୁବନେଶ୍ୱର,୨୭।୭: ଆଳୁ ଦର ସ୍ବାଭାବିକ ହେଉଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ ହୋଇଛି। ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି। ବଜାର ଦର ଧିରେ ଧିରେ ସ୍ବାଭାବିକ ହେଉଛି, ଦର ୩୨/୩୪ ଟଙ୍କା ହେଲାଣି। ତେବେ ମନ୍ତ୍ରୀ ୩୨/୩୪ କହୁଥିଲେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଦର ଉଚ୍ଚା ରହିଛି। କଟକ, ଭୁବନେଶ୍ବରରେ ଆଜି ଆଳୁ କେଜି ୫୦ ଟଙ୍କା ଥିବା ସୂଚନା ରହିଛି।

ଶୁକ୍ରବାର ପଶ୍ଚିମବଙ୍ଗରୁ ଆସିଥିବା ଆଳୁ ଗାଡ଼ି ଫେରିଯାଇଥିଲା। ଯାହାକୁ ନେଇ ଦୁର୍ଭାଗ୍ୟଜନକ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ। ମନ୍ତ୍ରୀ କହିଥିଲେ, ପଶ୍ଚିମବଙ୍ଗ ଆଳୁ ନ ଦେଲେ ଆମେ ଉତ୍ତର ପ୍ରଦେଶରୁ ଆଣିବୁ। ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ, ଖୁବ ଶୀଘ୍ର ୟୁପିରୁ ଆଳୁ ଆଣିବୁ। ଅନ୍ୟପଟେ ୩୨ ଟଙ୍କାରୁ ଅଧିକରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଥିଲେ।

Share